ଭୁବନେଶ୍ୱରର ଗୌରବମୟ ଅତୀତ ଓ ବର୍ତ୍ତମାନକୁ ଏକତ୍ରିତ କରିଛି ଫଟୋଚିତ୍ର ପ୍ରଦର୍ଶନୀ

୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଗୌରବମୟ ଅତୀତ ଓ ବର୍ତ୍ତମାନକୁ ଏକତି୍ରତ କରି ଭୁବନେଶ୍ୱରର ପ୍ରାଚୀନ ଐତିହ୍ୟ, ପ୍ରତିଷ୍ଠା, କ୍ରମବିକାଶ ଓ ସମୃଦ୍ଧିର ବାର୍ତ୍ତାବହନ କରିଛି। ମନ୍ଦିରମାଳିନୀ ଭୁବନେଶ୍ୱର ଆଜି ଭାରତର ଏକ ଅତ୍ୟାଧୁନିକ ସହରରେ ପରିଣତ ହୋଇଛି। ଦୀର୍ଘ ୭୫ ବର୍ଷର ଇତିହାସକୁ ଏହି ପ୍ରଦର୍ଶନୀରେ ଯେଉଁଭଳି ସାବଲୀଳ ଢଙ୍ଗରେ ସ୍ଥାନିତ କରାଯାଇଛି ତାହା ବାସ୍ତବରେ ପ୍ରଶଂସନୀୟ ବୋଲି ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ପ୍ରକାଶ କରିଛନ୍ତି।

prayash

ଆଜି ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀକୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ଅମାତ ଉଦ୍‌ଘାଟନ କରିବା ସହ ଏହାକୁ ବୁଲି ଦେଖିଥିଲେ। ଉଦ୍‌ଘାଟନ ସମୟରେ ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଉତ୍କଳ ପ୍ରସଙ୍ଗର ସଂପାଦିକା କସ୍ତୁରୀ ମହାପାତ୍ର, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର କର୍ମକର୍ତ୍ତାଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଯୁଗ୍ମ ନିର୍ଦ୍ଦେଶକ ସୂର୍ଯ୍ୟରଞ୍ଜନ ମହାନ୍ତି ଫଟୋଚିତ୍ରଗୁଡ଼ିକ ସମ୍ବନ୍ଧରେ ଅତିଥିମାନଙ୍କୁ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ ଯେ ଏହି ସ୍ୱତନ୍ତ୍ର ଓ ସୁନ୍ଦର ପ୍ରଦର୍ଶନୀଟି ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ ଘଟିକାରୁ ରାତି ୯ ଘଟିକା ଯାଏଁ ସର୍ବସାଧାରଣଙ୍କ ପାଇଁ ଖୋଲାରହିବ।

kalyan agarbati

Comments are closed.