www.samajalive.in
Saturday, December 6, 2025
17.1 C
Bhubaneswar

ଖରାରେ ଟଳିପଡ଼ିଲେ ରାଜମିସ୍ତ୍ରି, ଅଂଶୁଘାତ ସନ୍ଦେହ

ବାଉଁଶୁଣି: ବୌଦ୍ଧ ବ୍ଲକ ତାଳସରଡ଼ା ଗ୍ରାମ ପଞ୍ଚାୟତ ସିଦ୍ଧପୁର ଗ୍ରାମରେ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଜଣେ ରାଜମିସ୍ତ୍ରି ଅଂଶୁଘାତରେ ପ୍ରାଣ ହରାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ବାଉଁଶୁଣୀ ଥାନା ବହିରା ଗ୍ରାମ ପଞ୍ଚାୟତ ମନକାମନ ଗ୍ରାମର ଗଣେଶ ପ୍ରଧାନ ସିଦ୍ଧପୁର ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଗୃହ ନିର୍ମାଣ କାର୍ଯ୍ୟ କରୁଥିବା ବେଳେ ଶୁକ୍ରବାର ଅପରାହ୍ନ ପ୍ରାୟ ୪ଟା ସମୟରେ ହଠାତ୍ ଅସୁସ୍ଥ ହୋଇ ପଡିଥିଲେ। ତାଙ୍କୁ ଅନ୍ୟ ଶ୍ରମିକମାନେ ଉଦ୍ଧାର କରି ବୌଦ୍ଧ ଡାକ୍ତରଖାନା ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବୌଦ୍ଧ ଥାନା ପୋଲିସ୍ ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରି ଶବାଗାରରେ ସଂରକ୍ଷିତ ରଖିଛି। ବାଉଁଶୁଣୀ ପୋଲିସକୁ ମୃତଦେହ ହସ୍ତାନ୍ତର କରିବା ପରେ ଶବ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories