www.samajalive.in
Thursday, December 11, 2025
27.1 C
Bhubaneswar

ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ଆରମ୍ଭ ହେଲା ରାଜାରାଣୀ ସଂଗୀତ ମହୋତ୍ସବ, ଓଡ଼ିଶୀ, ହିନ୍ଦୁସ୍ତାନୀ ଓ କର୍ଣ୍ଣାଟକୀ ସଂଗୀତର ପରିବେଷଣରେ ଉଲ୍ଲସିତ ହେଲେ ଦର୍ଶକ

ଭୁବନେଶ୍ୱର : ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ଆଜିଠାରୁ ଆରମ୍ଭ ହୋଇଯାଇଛି ରାଜାରାଣୀ ସଂଗୀତ ମହୋତ୍ସବ। ଓଡ଼ିଶୀ, ହିନ୍ଦୁସ୍ତାନୀ ଓ କର୍ଣ୍ଣାଟକୀ ସଂଗୀତ ପରିବେଷଣ ପାଇଁ ପ୍ରସ୍ତୁତ ହୋଇରହିଛି ରାଜାରାଣୀ ମୁକ୍ତାକାଶ ସାଂସ୍କୃତିକ ମଞ୍ଚ।

ଆଜିର ଉଦଘାଟନୀ ସମାରୋହରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଅତିଥି ଭାବେ ଯୋଗଦେଇ କଣ୍ଠଶିଳ୍ପୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

- Advertisement -

ଆଜିର ପ୍ରଥମ ଦିନର ସାଂସ୍କୃତିକ ସନ୍ଧ୍ୟାରେ ସତ୍ୟବ୍ରତ କାଠ ଓ ଗ୍ରୁପ ଓଡ଼ିଶୀ ସଂଗୀତ ଓ କିରୱାନୀ ରାଗରେ ହିନ୍ଦୁସ୍ତାନୀ ସଂଗୀତ ପରିବେଷଣ କରିଥିବାବେଳେ ମହେଶ ବିନାୟକରାମ ଏବଂ ଗ୍ରୁପଙ୍କ ଦ୍ୱାରା କର୍ଣ୍ଣାଟକୀ ସଂଗୀତ ପରିବେଷଣ କରାଯାଇଥିଲା।

ପ୍ରକାଶଯୋଗ୍ୟ ଯେ, ରାଜାରାଣୀ ସଂଗୀତ ମହୋତ୍ସବ ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୧୧ ଜାନୁୟାରୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜାରାଣୀ ମୁକ୍ତାକାଶ ସାଂସ୍କୃତିକ ମଞ୍ଚରେ କଣ୍ଠଶିଳ୍ପୀମାନେ ଓଡ଼ିଶୀ, ହିନ୍ଦୁସ୍ତାନୀ ଓ କର୍ଣ୍ଣାଟକୀ ସଂଗୀତ ପରିବେଷଣ କରିବା ସହ ବିଭିନ୍ନ ବାଦ୍ୟ ଦ୍ୱାରା ମଧ୍ୟ ସଂଗୀତକାରମାନେ ସଂଗୀତ ପରିବେଷଣ କରିବେ। ଏହି ସମୟ ମଧ୍ୟରେ ପ୍ରବାସୀ ଭାରତୀୟ ଦିବସ ମଧ୍ୟ ଅନୁଷ୍ଠିତ ହେଉଥିବାରୁ ରାଜ୍ୟ ଓ ଦେଶ ବାହାରୁ ଆସୁଥିବା ଅତିଥିମାନେ ମଧ୍ୟ ଏହି ମହୋତ୍ସବ ମାଧ୍ୟମରେ ଆମ ଗୌରବମୟ ସଂସ୍କୃତି ଓ ପରମ୍ପରା ସମ୍ବନ୍ଧରେ ଅବଗତ ହୋଇପାରିବେ ବୋଲି ଲକ୍ଷ୍ୟ ରଖାଯାଇଛି।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories