www.samajalive.in
Saturday, December 6, 2025
19.1 C
Bhubaneswar

ଅଟୋକୁ ଧକ୍କା ଦେଲା ବସ୍: ୮ ଶିଶୁଙ୍କ ସମେତ ୧୧ ମୃତ

ନୂଆଦିଲ୍ଲୀ: ରାଜସ୍ଥାନ ଧୋଲପୁରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋକୁ ଧକ୍କା ଦେଲା ବସ୍। ଏଥିରେ ୮ ଶିଶୁ ସମେତ ୧୧ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ମୂତାବକ କରୌଲି-ଧୌଲପୁର ଜାତୀୟ ରାଜପଥର ସୁନିପୁର ଗାଁ ନିକଟରେ ଏକ ବସ୍ ଦ୍ରୁତ ଗତିରେ ଆସୁଥିଲା। ଏହି ସମୟରେ ଏକ ଅଟୋରେ କିଛି ଯାତ୍ରୀ  ବରୌଲି ଗାଁରୁ ଭୋଜି ଭାତ କାର୍ଯ୍ୟକ୍ରମରେ ସାମିଲ ହୋଇ ଘରକୁ ଫେରୁଥିଲେ। ଏତିକି ବେଳେ ବସଟି ଅଟୋଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ୮ ଜଣ ଶିଶୁ, କିଛି ମହିଳା ଏବଂ ପୁରୁଷ ଥିବା ଜଣାପଡିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ବସଟିକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories