www.samajalive.in
Friday, December 5, 2025
26.1 C
Bhubaneswar

ରାଜସ୍ଥାନର ଟୋଙ୍କ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଗୋଟିଏ ପରିବାରର ୮ ମୃତ

ରାଜସ୍ଥାନ : ରାଜସ୍ଥାନର ୫୨ ନମ୍ବର ଜାତୀୟ ରାଜପଥର ପକ୍କା ବନ୍ଦା ଟୋଙ୍କ ଜିଲା ସଦର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଟ୍ରେଲର ଓ ଜିପ ମଧ୍ୟରେ ଧକ୍କା ହୋଇ ଗୋଟିଏ ପରିବାରର ୮ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ମଧ୍ୟପ୍ରଦେଶର ବାସିନ୍ଦା ବୋଲି ପ୍ରାର୍ଥମିକ ତଦନ୍ତରୁ ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୪ ଜଣ ପୁରୁଷ, ୨ ମହିଳା, ୨ ଜଣ ଶିଶୁ ରହିଛନ୍ତି।
ସଦର ଥାନା ଅଞ୍ଚଳରେ ଦ୍ରୁତ ଗତିରେ ଆସୁଥିବା ଟ୍ରେଲର ସହ ଜିପର ଖୁବ ଜୋରରେ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ  ୪ ଜଣ ଆହତ ହେବା ସହ ଏକ ୩ ବର୍ଷର ଶିଶୁକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଆହତଙ୍କୁ ଚିକିତ୍ସା ପାଇଁ ଜୟପୁର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।  ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ।

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories