www.samajalive.in
Sunday, December 7, 2025
23.1 C
Bhubaneswar

ରାଜସ୍ଥାନରେ ଦୁଇ କାର୍ ମୁହାଁମୁହିଁ ଧକ୍କା : ୬ ମୃତ

ଜୟପୁର : ରାଜସ୍ଥାନ ସିକର ଜୟପୁର ବିକାନେର ରାସ୍ତା ଲକ୍ଷ୍ମୀଗଡ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।  ଦୁଇ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଆହତ ହୋଇଥିବା ୫ ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଏକ କାର୍ ଲକ୍ଷ୍ମଣଗଡରୁ ସିକର ଅଭିମୁଖେ ଯାଉଥିଲା ।

ଏହି ସମୟରେ ସିକର ପଟୁ ଲକ୍ଷ୍ମଣଗଡକୁ ଆସୁଥିବା ଏକ କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୁଇଟି ଗାଡି ଚୁରମାର୍ ହେବା ସହ ଘଟଣାସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଛି। ତେବେ ମୃତକଙ୍କ ମଧ୍ୟରେ ୩ଜଣ ମହିଳା ଥିବା ଜଣାପଡିଛି । ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories