www.samajalive.in
Saturday, December 6, 2025
16.1 C
Bhubaneswar

ପୁଣି ଟ୍ରେନ୍‌‌ ଦୁର୍ଘଟଣା ; ୪ ବଗି ଲାଇନଚ୍ୟୁତ ; କିଛି ଯାତ୍ରୀ ଆହତ

ଜୟପୁର : ରାଜସ୍ଥାନର ଅଜମେରରେ ଏକ ବଡ ଧରଣର ଟ୍ରେନ୍‌‌ ଦୁର୍ଘଟଣା ଘଟିଛି। ଜିଲାର ମଦାର ରେଲୱେ ଷ୍ଟେସନ ନିକଟରେ ସାବରମତୀ-ଆଗ୍ରା ସୁପରଫାଷ୍ଟ ଟ୍ରେନ୍‌‌ର ଚାରିଟି ବଗି ଓ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ବିଳମ୍ବିତ ରାତି ପ୍ରାୟ ୧ଟାରେ ଘଟିଥିବା ଜଣାପଡିଛି। ଦୁର୍ଘଟଣା ବିଷୟରେ ଖବର ପାଇବା ମାତ୍ରେ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କିଛି ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଛି।
ଦୁର୍ଘଟଣା ପରେ ଏହି ଲାଇନରେ ଯିବାକୁ ଥିବା ୬ଟି ଟ୍ରେନ୍‌‌କୁ ବାତିଲ କରାଯିବା ସହ ୨ଟି ଟ୍ରେନ୍‌‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। ଦୁର୍ଘଟଣାର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ଦୁର୍ଘଟଣା ପରେ ଯାତ୍ରୀଙ୍କୁ ଅଜମେର ରେଳ ଷ୍ଟେସନ ପଠାଯାଇଥିଲା।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories