www.samajalive.in
Sunday, December 7, 2025
26.1 C
Bhubaneswar

ସିଲିଣ୍ଡରରୁ ନିଆଁ ଲାଗି ଗୋଟିଏ ପରିବାରର ୫ ଜୀବନ୍ତ ଦଗ୍ଧ

ଜୟପୁର : ରାଜସ୍ଥାନର ରାଜଧାନୀ ଜୟପୁରରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଏକ ଘରେ ନିଆଁ ଲାଗିବାରୁ ପାଞ୍ଚ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଶିଶୁ ଓ ତାଙ୍କ ବାପା ମାଆ ରହିଛନ୍ତି। ଏହି ଅଘଟଣରେ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଘଟଣାରେ ଆହତ ହୋଇଥିବା ଲୋକଙ୍କର ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଘଟଣ ଜୟପୁରରେ ବିଶ୍ୱକର୍ମାର ଜୈସଲୟା ଗାଁର ଯାଦବ ମାର୍କେରେ ଘଟିଛି।
ସୂଚନା ଯୋଗ୍ୟ, ନିଆଁ ପ୍ରଥମେ ଘର ଭିତରେ ସିଲିଣ୍ଡରରୁ ଲାଗି ଥିଲା। ସମସ୍ତ ମୃତକ ବିହାରର ବାସିନ୍ଦା,ସେମାନେ ଜୟପୁରରେ ଏକ ଘରେ ରହୁଥିଲେ। ଘଟଣା ବିଷୟରେ ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣାର ତଦନ୍ତ ଜାରି ରହିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories