www.samajalive.in
Tuesday, December 9, 2025
26.1 C
Bhubaneswar

ସର୍ବସାଧାରଣଙ୍କ ପାଇଁ ୬ରୁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ବର : ରାଜଭବନ ଉଦ୍ୟାନ ଆସନ୍ତା ୬ ତାରିଖ (ରବିବାର)ଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ। ଛାତ୍ରଛାତ୍ରୀ ଓ ଜନସାଧାରଣ ଜାନୁଆରୀ ୨୦ ତାରିଖ ପର୍ଯ୍ୟନ୍ତ ଉଦ୍ୟାନ ପରିଦର୍ଶନ କରିପାରିବେ। ପରିଦର୍ଶନ ସମୟରେ ରାଜଭବନ ପରିସରକୁ ସାଙ୍ଗରେ ଖାଦ୍ୟଦ୍ରବ୍ୟ ଓ ଅନ୍ୟାନ୍ୟ ଆପତ୍ତିଜନକ ସାମଗ୍ରୀ ନଆଣିବା ସହ ସ୍ୱଚ୍ଛତା ଓ ଶୃଙ୍ଖଳା ବଜାୟ ରଖିବାକୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି। ଛୁଟିଦିନ ଓ ରବିବାର ସହିତ ପ୍ରତ୍ୟହ ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଉଦ୍ୟାନ ପରିଦର୍ଶନ କରି ପାରିବେ। ତେବେ ଅପରାହ୍ଣ ୪.୩୦ ପର୍ଯ୍ୟନ୍ତ ଉଦ୍ୟାନକୁ ପ୍ରବେଶ କରିହେବ। ୱାଟର ଫାଉଣ୍ଟେନ,ମ୍ୟୁଜିକାଲ ଫାଉଣ୍ଟେନ, ଗୋଲାପ ଉଦ୍ୟାନ, ହରିଣ ପାର୍କ, ମୟୂର, ବତକ, ​‌କକାଟିଲ ପକ୍ଷୀଘର ଏବଂ ସର୍ବୋପରି ଉଦ୍ୟାନର ସବୁଜିମା ପରିଦର୍ଶକମାନଙ୍କୁ ବିଶେଷ ଭାବରେ ଆକର୍ଷିତ କରିବ ବୋଲି ରାଜଭବନ ପକ୍ଷରୁ ଜାରି ଏକ ପ୍ରେସ ଇସ୍ତାହାରରେ କୁହାଯାଇଛି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories