www.samajalive.in
Monday, December 15, 2025
24.1 C
Bhubaneswar

ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର ଦାସ

ଭୁବନେଶ୍ୱର – ଧାମନଗର ଉପନିର୍ବାଚନରେ ବିଦ୍ରୋହୀ ପ୍ରାର୍ଥୀ ହୋଇଥିବା ରାଜେନ୍ଦ୍ର ଦାସ ବିଜେଡିରୁ ବିଦା ହୋଇଛନ୍ତି । ତାଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳରୁ ବହିଷ୍କାର କରାଯାଇଛି । ଧାମନଗରେ ଅବନ୍ତୀଙ୍କୁ ପ୍ରାର୍ଥୀ କରାଯାଇଥିଲା। ଏଥିପ୍ରତି ସମର୍ଥନ ଥିବା କଥା ରାଜେନ୍ଦ୍ର ଭୁବନେଶ୍ୱରରେ ପ୍ରକାଶ କରିଥିଲେ । ମାତ୍ର ପରେ ସେ ସ୍ୱାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ।

ବିଜେଡି ଟିକେଟରୁ ବଞ୍ଚିତ ହେବା ପରେ ରାଜେନ୍ଦ୍ର ସ୍ୱାଧୀନ ପ୍ରାର୍ଥୀପତ୍ର ଦାଖଲ କରିବା ସହ ନିର୍ବାଚନ ପ୍ରଚାର କରିଛନ୍ତି । ଧାମନଗରରେ ବିଜେପି ସ୍ୱର୍ଗତଃ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡିରୁ ଅବନ୍ତୀ ଦାସ, କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀ ପ୍ରାର୍ଥୀ ହୋଇଛନ୍ତି । ସେଠାରେ ମୋଟ ୫ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି ।

- Advertisement -

ନଭେମ୍ବର ୩ତାରିଖରେ ସେଠାରେ ନିର୍ବାଚନ ଅନୁଷ୍ଠିତ ହେବ ।

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories