www.samajalive.in
Monday, December 8, 2025
16.1 C
Bhubaneswar

ସୁରକ୍ଷା କର୍ମୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି, ୩ ଆହତ

ରାଜଗାଙ୍ଗପୁର : ସୁରକ୍ଷା କର୍ମୀଙ୍କ ବନ୍ଧୁକରୁ ଅସାବଧାନତାବଶତଃ ଗୁଳି ଫୁଟିବାରୁ ରାସ୍ତାରେ ଯାଉଥିବା ୩ ସାଧାରଣ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଆଜି ସକାଳେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଇଛି। ସୂଚନା ଅନୁସାରେ, ରାଜଗାଙ୍ଗପୁରସ୍ଥିତ ଆଇସିଆଇସିଆଇ ବ୍ୟାଙ୍କର କର୍ମଚାରୀ ଆଜି ସକାଳେ ରାଉରକେଲାସ୍ଥିତ ମୁଖ୍ୟ କାର୍ଯ୍ୟାଳୟକୁ ଟଙ୍କା ନେଉଥିଲେ। ଟଙ୍କାକୁ ଗାଡ଼ିରେ ଭର୍ତ୍ତି କରାଯାଉଥିବାବେଳେ ପାଖରେ ସୁରକ୍ଷା କର୍ମୀଜଣକ ଛିଡ଼ା ହୋଇଥିଲେ। ହଠାତ୍‌ ସୁରକ୍ଷା କର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ଜଣେ ଠେଲା ଗାଡ଼ି ମାଲିକ, ଜଣେ ମହିଳା ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ଶରୀରରେ ବାଜିଥିଲା। ତୁରନ୍ତ ସେମାନଙ୍କୁ ରାଜଗାଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ଉକ୍ତ ସୁରକ୍ଷାକର୍ମୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories