www.samajalive.in
Friday, December 5, 2025
23.1 C
Bhubaneswar

ଦିନ ୧୦ଟାରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରୀ ମାରି ଦୁଇ ଲକ୍ଷ ଲୁଟ୍‌‌

ରାଜଗାଙ୍ଗପୁର : ଛୁରୀ ମୁନରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ଗୁରୁବାର ଦିନ ଦଶଟାରେ ଲୁଟ୍‌‌ ହୋଇଛି। ରାଜଗାଙ୍ଗପୁର ପଦାଜାମପାଲି ଦଶ ନମ୍ବର ରାଜପଥରେ ଥିବା ରାୟ ଫିଲିଙ୍ଗ ସେଣ୍ଟର ପେଟ୍ରୋଲ ପମ୍ପର କର୍ମଚାରୀ ଅନିଲ ତିୱାରୀ ଦିନ ଦଶଟାରେ ପାଖାପାଖି ଦୁଇ ଲକ୍ଷ ଟଙ୍କା ନେଇ ରାଜଗାଙ୍ଗପୁର ବ୍ୟାଙ୍କକୁ ଜମା କରିବାକୁ ଆସୁଥିଲେ । ଏହି ସମୟରେ ଲୋମଲୋଇ ନିକଟରେ ଚାରି ଜଣ ଯୁବକ ତାକୁ ଅଟକାଇ ଛୁରୀ ଦ୍ୱାରା ଆକ୍ରମଣ କରି ତାଙ୍କ ଠାରୁ ଟଙ୍କା ଲୁଟି ନେଇଛନ୍ତି। ଆହତ ଅନିଲଙ୍କୁ ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରିବାପରେ ଅଧିକ ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories