www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଦେଶ କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ୭୬ ତମ  ଜୟନ୍ତୀ ପାଳିତ

ଭୁବନେଶ୍ୱର:  ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ  ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ, ସ୍ୱର୍ଗତଃ ରାଜୀବ ଗାନ୍ଧୀଙ୍କ ୭୬ତମ ଜୟନ୍ତୀ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ରାଜୀବ ଭବନ ପରିସରରେ ଥିବା ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ସମସ୍ତ ନେତୃବୃନ୍ଦ ସ୍ୱର୍ଗତଃ ଗାନ୍ଧୀଙ୍କୁ ଏକ ମହାମାନବୀୟ ଚିନ୍ତାଧାରାର ଜ୍ୱଳନ୍ତ ଉଦାହରଣ କହି ନିଜ ନିଜର ଶ୍ରଦ୍ଧାସୁମନ ଜ୍ଞାପନ କରିଥିଲେ।  କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ହେମାନନ୍ଦ ବିଶ୍ୱାଳ, ରାମଚନ୍ଦ୍ର ଖୁଂଟିଆ, ଜୟଦେବ ଜେନା, ଶରତ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, କିଶୋର ଜେନା, ମନୋରଞ୍ଜନ ଦାଶ, ରଶ୍ମି ମହାପାତ୍ର, ଜାନକୀ ବଲ୍ଲଭ ପଟ୍ଟନାୟକ, ବିଶ୍ୱଜିତ୍‍ ଦାସ, ବିପିନ୍‍ ଦାସ, ମାନସ ଆଚାର୍ଯ୍ୟ, ଚିନ୍ମୟ ସୁନ୍ଦର ଦାସ, ଲିଙ୍ଗରାଜ ସାହୁ, ଦୀପକ ସାହୁ, ଜ୍ୟୋତିଷ ସାହୁ, ପ୍ରଣତି ମିଶ୍ର, ପ୍ରକାଶ ମିଶ୍ର, ଦୀପକ ମହାପାତ୍ର, ସୁଶାନ୍ତ ତ୍ରିପାଠୀ, ଜୟକୃଷ୍ଣ ମଲିଆ, ରାଜକିଶୋର ବାରିକ, ସତ୍ୟବ୍ରତ ନାୟକ, ରଜନୀ ମହାନ୍ତି, ଅମିତା ବିଶ୍ୱାଳ, ସଂଜୀବ ମହାନ୍ତି, ସଂଜୟ ମିଶ୍ର, ସଂକୁନା କହଁର, ରଂଜିତ୍‍ ପାତ୍ର, ଅଜୟ ସାହୁ, ସ୍ୱାଗତ କର, ମହମ୍ମଦ ଶାହାଦୁଲ୍ଲା, କୁଳମଣି ସାହୁ, ଆଲୋକ ମହାନ୍ତି, ମୁନି ଥାପା, ମନୋଜ କୁମାର ସାହୁ, ସୁବାସ ପ୍ରଧାନ ପ୍ରମୁଖ ବହୁ
କଂଗ୍ରେସ କର୍ମୀ ଅଂଶଗ୍ରହଣ କରିଥିଲେ।ଏହି ଅବସରରେ କିଷାନ ସେଲ୍‌ଫ ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ କଂଗ୍ରେସ ଭବନ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories