www.samajalive.in
Friday, December 12, 2025
17.1 C
Bhubaneswar

ଗାଡ଼ି ଧକ୍କାରେ ଯୁବକ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର

ରାଜକନିକା: ରାଜକନିକା ବ୍ଲକ ଅନ୍ତର୍ଗତ କଟକ-ଚାନ୍ଦବାଲି ଜାତୀୟ ରାଜପଥ ଭାରିଗଦା ମା’ ଅନ୍ଧାର ଘରଣୀ ମନ୍ଦିର ଛକ ନିକଟରେ ଗୁରୁବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ତ୍ରୀ ଓ ଝିଅ ଗୁରୁତର ଆହତ ହୋଇଛନ୍ତି। ଯୁବକ ଜଣକ ତାଙ୍କ ଶଶୁର ଘରୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହାର ପ୍ରତିବାଦରେ ଅଞ୍ଚଳବାସୀ କ୍ଷତିପୂରଣ ଦାବିରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି।

ବରୁଣାଦିଅ ଗାଁର ପ୍ରଭାତ ନାୟକ(୩୫) ଗୁରୁବାର ସନ୍ଧ୍ୟାରେ ତାଙ୍କ ବାଇକ୍‌ରେ ସ୍ତ୍ରୀ ଓ ଦୁଇ ବର୍ଷର ଝିଅ ସହିତ ଶଶୁର ଘର ଅଛୁତପୁର ଗାଁରୁ ନିଜ ଘରକୁ ଫେରୁଥିଲେ। ଏହି ସମୟରେ କଟକ-ଚାନ୍ଦବାଲି ଜାତୀୟ ରାଜପଥରେ ଚାନ୍ଦବାଲି ପାର୍ଶ୍ବରୁ ଏକ ପିକଅପ ଭ୍ୟାନ (ଓଡି ୨୧ଏମ୨୦୩୧) ପ୍ରଭାତଙ୍କ ବାଇକ୍‌କୁ ଜୋର୍‌ରେ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ପ୍ରଭାତଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ସ୍ତ୍ରୀ ଓ ଝିଅ ଗୁରୁତର ହୋଇ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ଦୁର୍ଘଟଣା ଘଟାଇ ପିକଅପ ଭ୍ୟାନ ଚାଳକ ଗାଡି ନେଇ ଦ୍ରୁତ ଗତିରେ କେନ୍ଦ୍ରାପଡ଼ା ଆଡ଼କୁ ଫେରାର ହୋଇଯାଇଛି।

Hot this week

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

Related Articles

Popular Categories