www.samajalive.in
Monday, December 15, 2025
14.1 C
Bhubaneswar

ରାଜନଗର ଶୈବ୍ୟାକାବେରୀ ତୀର୍ଥରେ  ବୋଇତ ବନ୍ଦାଣ

ପାଟଣା :  କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ପୁଣ୍ୟତୋୟା ବୈତଣୀ ନଦୀ କୂଳ ଶୈବ୍ୟାକାବେରୀ ଘାଟରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ରାଜନଗର ଗ୍ରାମ କମିଟି ପକ୍ଷରୁ ଏକ ବିରାଟ ୪୦ଫୁଟ ଲମ୍ବ ୫ଫୁଟ ଓସାର ବୋଇତ ଭସାଣ କରାଯାଇଛି । ଏଥିରେ ପୂଜକ ପ୍ରଦୀପ କୁମାର ପାଣି ପୂଜା କାର୍ଯ୍ୟ ତୁଲାଇ ଥିଲେ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ପ୍ରଥମେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁଧାଂଶୁ ନାଏକ, ଛାତ୍ର ବିଜେଡି ସାଧାରଣ ସମ୍ପାଦକ ସୌମ୍ୟ ରଞ୍ଜନ ରାଉତ, ଗ୍ରାମ କମିଟିର ରାଜେନ୍ଦ୍ର ସିଂହ, ବସନ୍ତ କୁମାର ମିଶ୍ର, ତ୍ରୁପିରଞ୍ଜନ ସିଂହ, ଦିଲିପ କୁମାର ସିଂହ, ଧରଣୀଧର ଦାସ ଓ ଗ୍ରାମ ବାସୀ ବୃନ୍ଦ ବୋଇତ ବନ୍ଦାଣ ଓ ଭସାଣ ପରିଚାଳନା କରିଥିଲେ। ଏଠାରେ ଅମୃତ ଧାରା ଗ୍ରୁପ କେନ୍ଦୁଝରଙ୍କ ପକ୍ଷରୁ ଭଜନ ପରିବେଷଣ କରାଯାଇଥିଲା ଏହାଛଡା ଆତସବାଜି କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଅନ୍ୟୁନ ୩୦ ହଜାରରୁ ଅଧିକ ଶ୍ରଦ୍ଧାଳୁ ଏଠାରେ ନଦୀରେ ବୁଡ଼ ପକାଇବା ସହ ବୋଇତ ବନ୍ଦାଣ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ। ରଘୁନାଥ ଜୀଉ ମଠ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇ ପ୍ରସାଦ ବିତରଣର ବ୍ୟବସ୍ଥା କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories