ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ମିଳିଲା ରାଜ୍ୟସଭା ଟିକଟ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପ୍ରାର୍ଥୀ ଘୋଷଣା କରିଛି। ୩ଟି ଆସନ ମଧ୍ୟରୁ ଆଜି ୨ଟି ଆସନ ପାଇଁ ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ବିଜେଡି ଘୋଷଣା କରିଛି। ବିଜେଡି ପକ୍ଷରୁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇଛି। ବାରବାଟି-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହୋଇଥିବାବେଳେ ଶୁଭାଶିଷ ଖୁଣ୍ଟିଆ ବିଜେଡ଼ିର ଯୁବ ଉପସଭାପତି ଥିବା ଜଣାପଡ଼ିଛି। ଅପରପକ୍ଷରେ ତେବେ ଅନ୍ୟ ଗୋଟିଏ ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିନାହିଁ।ଏଠାରେ ସୂଚନାଯୋଗ୍ୟରେ ଓଡ଼ିଶାରେ ୩ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ।

ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ବିଜ୍ଞପ୍ତି ମୁତାବକ ଏହି ଦୁଇ ଜଣଙ୍କୁ ରାଜ୍ୟସଭା ପଠାଇବାକୁ ସୁପ୍ରିମୋ ଘୋଷଣା କରିଛନ୍ତି।

ଉଲ୍ଲେଖ ଥାଉ କି ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ୍ ୩ରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ହେବ। ଆଉ ଆଜି ୨ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲେ ବି ଆଉ ଜଣଙ୍କ ନାମ ଘୋଷଣା ହୋଇନାହିଁ।  କୁହାଯାଉଛି ଯେ ଆସନ୍ତାକାଲି ଆଉ ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିବେ ବିଜେଡି ସୁପ୍ରିମୋ।

Comments are closed.