www.samajalive.in
Saturday, December 6, 2025
15.1 C
Bhubaneswar

ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ସମାଜ ଡିଜିଟାଲ ଡେସ୍କ: ଦେଶର ଏକାଧିକ ରାଜ୍ୟରେ ରାଜ୍ୟସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା ହୋଇଛି। ଏନେଇ ଭାରତର ନିର୍ବାଚନ ଆୟୋଗ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଛନ୍ତି। ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ଓଡ଼ିଶା ସମେତ ୪ଟି ରାଜ୍ୟର ମୋଟ୍‌ ୬ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ।

ବିଜ୍ଞପ୍ତି ଅନୁସାରେ, ଡିସେମ୍ବର ୩ ତାରିଖରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଡିସେମ୍ବର ୧୦ ତାରିଖ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ହୋଇଥିବାବେଳେ ୧୧ ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ରହିଛି ଡିସେମ୍ବର ୧୩। ଭୋଟ୍‌ ଗ୍ରହଣ ଦିନ ଅର୍ଥାତ୍ ଡିସେମ୍ବର ୨୦ରେ ହିଁ ଭୋଟ୍‌ ଗଣତି ହେବ।

- Advertisement -

ଆନ୍ଧ୍ରପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ହରିୟାଣାରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ସୁଜିତ କୁମାରଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଗୋଟିଏ ଆସନ। ସେପ୍ଟେମ୍ବର ୬ରେ ଇସ୍ତଫା ଦେଇଥିଲେ ସୁଜିତ କୁମାର।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories