www.samajalive.in
Saturday, December 6, 2025
14.1 C
Bhubaneswar

କିଏ ଯିବେ ରାଜ୍ୟସଭା? ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ଵର: ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି। ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତପା ଦେବା ପରେ ଖାଲି ପଡିଛି ଆସନ। ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ। ୨୭ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ୍ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଖାଲି ପଡିଥିବା ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି। ତେବେ ଓଡିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ରାଜ୍ୟସଭା ସାଂସଦ ରେସରେ ସବୁଠାରୁ ଆଗରେ ରହିଛନ୍ତି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କନାଁ , ଏହାସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ , ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ନାଁକୁ ନେଇ ମଧ୍ୟ ରାଜନୈତିକ ମହଲ ରେ ଚର୍ଚ୍ଚା ହେଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories