www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀମନ୍ଦିରରେ କାଲି,କେନ୍ଦ୍ରାପଡାରେ ଆଜି ରକ୍ଷାବନ୍ଧନ ପାଳନ

ପୁରୀ : ରାକ୍ଷୀ ପୂର୍ଣ୍ଣିମାକୁ ନେଇ କିଛି ଦ୍ୱନ୍ଦ୍ୱ ରହିଥିବା ବେଳେ ଅନେକ ଆଜି ଏହା ପାଳନ କରୁଛନ୍ତି ତ କିଛି ଆସନ୍ତାକାଲି ଏହାକୁ ପାଳନ କରିବେ। ତେବେ ଶ୍ରୀମନ୍ଦିରରେ ମହାପ୍ରଭୁ ଆସନ୍ତାକାଲି ରାକ୍ଷୀ ପିନ୍ଧିବେ।
ତେବେ କେନ୍ଦ୍ରାପଡାରେ ଆଜି ରକ୍ଷାବନ୍ଧନ ଓ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଜନ୍ମ ଉତ୍ସବ ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ତୁଳସୀକ୍ଷେତ୍ରା ପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀ ବଳଦେବଜୀଉଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ଦେବୀ ସୁଭଦ୍ରା। ବଳଦେବଜୀଉଙ୍କ ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତିରେ ରକ୍ଷାବନ୍ଧନ ପାଳନ ହୋଇଛି। ମନ୍ଦିରରେ ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଜରୁରୀ କର୍ମବ୍ୟସ୍ତତା ଯୋଗୁଁ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ଭାଗ ନେବେ ନାହିଁ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ମିଳିଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories