www.samajalive.in
Tuesday, December 9, 2025
16.1 C
Bhubaneswar

ସମ୍ବଲପୁରରେ ଖୋଲିଲା ରିଲାଏନ୍ସ ସୁପରମାର୍କେଟର ପ୍ରଥମ ଷ୍ଟୋର

ସମ୍ବଲପୁର: ରିଲାଏନ୍ସ ରିଟେଲ୍ର ବୃହତ ଆକାରର ଗ୍ରୋସରି ସୁପରମାର୍କେଟ ବ୍ରାଣ୍ଡ୍ ରିଲାଏନ୍ସ ରିଟେଲ୍ ପକ୍ଷରୁ ସମ୍ବଲପୁରର ବୁଢ଼ାରଜା ମେନ୍ ରୋଡର ବାଲାଜୀ ଡେଭେଲପରରେ ପ୍ରଥମ ଷ୍ଟୋର ଖୋଲାଯାଇଛି। ଗୋଟିଏ ଛାତ ତଳେ ଗ୍ରୋସରି, ଫଳ ଓ ପନିପରିବା, ଦୁଗ୍ଧ ଠାରୁ ଆରମ୍ଭ କରି କିଚେନ ଓୟାର ଏବଂ ହୋମଓୟାର ଇତ୍ୟାଦି ପର୍ୟ୍ୟନ୍ତ ବ୍ୟାପକ ପ୍ରକାରର ଉତ୍ପାଦକୁ ପ୍ରଦାନ କରି ଏହି ଷ୍ଟୋର ୱାନ-ଷ୍ଟପ ସପିଙ୍ଗ ଅନୁଭୂତି ପ୍ରଦାନ କରୁଛି। ରିଲାଏନ୍ସ ସ୍ମାର୍ଟ ବର୍ଷ ତମାମ ଏହାର ବ୍ୟାପକ ବର୍ଗର ଉତ୍ପାଦର ଏମ୍ଆରପି ଉପରେ ସର୍ବନିମ୍ନ ୫% ନିଶ୍ଚିତ ରିହାତି ଓ ୧୪୯୯ ଟଙ୍କାର ସର୍ବନିମ୍ନ କିଣାକିଣି ଉପରେ ୯ ଟଙ୍କାରେ ୧ କେଜି ଚିନି ପ୍ରଦାନ କରବା ଭଳି ଅନେକ ଆକର୍ଷଣୀୟ ଅଫର ସହ ମାସିକିଆ ଗ୍ରୋସରି ସପିଙ୍ଗ ପାଇଁ ସାରା ଭାରତର ପସନ୍ଦର ସୁପରମାର୍କେଟ ଭାବେ ଉଭା ହୋଇଛି। ପୁନଶ୍ଚ, ନିତିଦିନିଆ ଖାଦ୍ୟ ସାମଗ୍ରୀ ଏବଂ ଫଳ ଓ ପନିପରିବା ଇତ୍ୟାଦି ଏହା ପ୍ରତିଦିନ ସୁଲଭ ମୂଲ୍ୟରେ ପ୍ରଦାନ କରୁଛି। ସମ୍ବଲପୁରରେ ଷ୍ଟୋର୍ ଖୋଲିବା ସହ ରିଲାଏନ୍ସ ସ୍ମାର୍ଟର ଓଡ଼ିଶାରେ ଷ୍ଟୋର ସଂଖ୍ୟା ୯ରେ ପହଞ୍ଚିଛି। ରିଲାଏନ୍ସ ସ୍ମାର୍ଟ ସମ୍ବଲପୁର ଷ୍ଟୋର୍କୁ ୧୯,୬୮୪ ବର୍ଗଫୁଟରେ ସ୍ଥାପିତ ହୋଇଥିବା ବେଳେ ଏଠାରେ ଭଲ ଭାବେ ସୂଚନା ପ୍ରଦାନ କରିପାରୁଥିବା ଗ୍ରାହକ ସହଯୋଗୀ, ଚଳମାନ ଡିଜାଇନ ଓ ଲେଆଉଟ୍, ଆକର୍ଷଣୀୟ ମୂଲ୍ୟରେ ଗୁଣାତ୍ମକ ଉତ୍ପାଦ ରହିଛି ଯାହା ଗ୍ରାହକମାନଙ୍କ ହୃଦୟ ଜୟ କରିବ ଏବଂ ସେମାନଙ୍କ ନିତିଦିନିଆ ଜୀବନର ଏକ ଅଂଶ ହେବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories