www.samajalive.in
Friday, December 5, 2025
19.1 C
Bhubaneswar

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୧୧ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ଵର : ଆଜି ରମାଦେବୀ ମହିଳା ବିଶ୍ଵ ବିଦ୍ୟାଳୟ ପାଳନ କରିଛି ୧୧ତମ ପ୍ରତିଷ୍ଠା ଦିବସ । ଏହାସହ ବିଶ୍ୱବିଦ୍ୟାଳୟରେ ମାଆ ରମାଦେବୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ ଡିସେମ୍ବର ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଷ୍ଠା ଉତ୍ସବକୁ ପାଳନ କରାଯିବ । ଏହାରି ମଧ୍ୟରେ ରମାଦେବୀ ମହିଳା ମହାବିଦ୍ୟାଳୟ ଭାବେ ତାର ୬୦ ବର୍ଷ ପୂର୍ତ୍ତି କରିଛି । ଆଜି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ । ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ବିଶ୍ଵବିଦ୍ୟାଳୟର କୃତି ଛାତ୍ରୀ ମାନଙ୍କୁ ସମ୍ମାନିତ କରିବା ସହ ବାର୍ଷିକ ରିପୋର୍ଟକୁ ପ୍ରକାଶ କରିଥିଲେ । ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ଚଣ୍ଡୀ ଚରଣ ରଥଙ୍କ ସହ କୁଳ ସଚିବ ମନସ୍ଵିନୀ ସାହୁ ଏବଂ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories