www.samajalive.in
Sunday, December 14, 2025
26.1 C
Bhubaneswar

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୧୧ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ଵର : ଆଜି ରମାଦେବୀ ମହିଳା ବିଶ୍ଵ ବିଦ୍ୟାଳୟ ପାଳନ କରିଛି ୧୧ତମ ପ୍ରତିଷ୍ଠା ଦିବସ । ଏହାସହ ବିଶ୍ୱବିଦ୍ୟାଳୟରେ ମାଆ ରମାଦେବୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ ଡିସେମ୍ବର ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଷ୍ଠା ଉତ୍ସବକୁ ପାଳନ କରାଯିବ । ଏହାରି ମଧ୍ୟରେ ରମାଦେବୀ ମହିଳା ମହାବିଦ୍ୟାଳୟ ଭାବେ ତାର ୬୦ ବର୍ଷ ପୂର୍ତ୍ତି କରିଛି । ଆଜି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍ । ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ବିଶ୍ଵବିଦ୍ୟାଳୟର କୃତି ଛାତ୍ରୀ ମାନଙ୍କୁ ସମ୍ମାନିତ କରିବା ସହ ବାର୍ଷିକ ରିପୋର୍ଟକୁ ପ୍ରକାଶ କରିଥିଲେ । ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ଚଣ୍ଡୀ ଚରଣ ରଥଙ୍କ ସହ କୁଳ ସଚିବ ମନସ୍ଵିନୀ ସାହୁ ଏବଂ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories