www.samajalive.in
Monday, December 8, 2025
13.1 C
Bhubaneswar

ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ କବି ରମାକାନ୍ତ ରଥ

ପୁରୀ: ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ କବି ରମାକାନ୍ତ ରଥ । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରମାକାନ୍ତଙ୍କୁ ଗାଡର୍ର୍ ଅଫ୍ ଅନର୍ ଦିଆଯାଇଛି। ଶେଷକୃତ୍ୟରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ସାମିଲ୍ ହୋଇଥିଲେ।   ପୁଅ ପିନାକୀ ରଥମୁଖାଗ୍ନୀ ଦେଇଛନ୍ତି। ରବିବାର ପ୍ରଖ୍ୟାତ କବି, ଅବସରପ୍ରାପ୍ତ ପ୍ରଶାସକ ପଦ୍ମଭୂଷଣ ରମାକାନ୍ତ ରଥଙ୍କର ସ୍ଥାନୀୟ ଖାରବେଳନଗରସ୍ଥିତ ବାସଭବନରେ ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୧ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ଆଜି ସକାଳେ ଖାରବେଳନଗର ବାସଭବନରେ ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ଶେଷ ଦର୍ଶନ କରିଥିଲେ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories