www.samajalive.in
Monday, December 8, 2025
27.1 C
Bhubaneswar

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

ଭୁବନେଶ୍ଵର: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ଭୁବନେଶ୍ଵର ଖାରବେଳନଗରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ଘଟିଛି।  ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ ସେ କଟକରେ ଜନ୍ମଗ୍ରହଣ କରିଥିଲେ।  ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ , ସଚିତ୍ର ଅନ୍ଧାର ଏବଂ ଶ୍ରୀରାଧା ପାଇଁ ସେ ଥିଲେ ପରିଚିତ। ‘ସପ୍ତମ ଋତୁ’ ପାଇଁ ତାଙ୍କୁ କେନ୍ଦ୍ର ସାହିତ୍ୟ ପୁରସ୍କାର ମିଳିଥିଲା। ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ଶ୍ରୀରାଧା ପାଇଁ ସେ ୧୯୯୨ ମସିହାରେ ସରସ୍ପତୀ ସମ୍ମାନ ପାଇଥିଲେ। ୨୦୦୬ ମସିହାରେ ପଦ୍ମଭୂଷଣ ସମ୍ମାନ, ୨୦୦୯ରେ ଫେଲୋସିପ୍ ସମ୍ମାନ ରେ ସମ୍ମାନୀତ ହୋଇଥିଲେ। ୧୯୫୭ରେ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇଥିଲେ। ଏବଂ ୧୯୯୨ ମସିହାରେ ସେ ଅବସର ନେଇଥିଲେ। ଅବସର ପୂର୍ବରୁ ସେ ଓଡିଶାର ମୁଖ୍ୟ ସଚିବ ଭାବରେ ଦାୟିତ୍ଵ ତୁଲାଇଥିଲେ। ଆସନ୍ତାକାଲି ପୁରୀ ସ୍ଵର୍ଗଦ୍ଵାରରେ ତାଙ୍କର ଶେଷକୃତ୍ୟ ହେବା ନେଇ ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories