ଗୁଣପୁର : ପତ୍ନୀଙ୍କୁ ହତ୍ୟା କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ। ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲାର ଦଣ୍ଡ ଆଗାମୀ ମଙ୍ଗଳବାର କୋର୍ଟ ଦଣ୍ଡ ଘୋଷଣା କରାଯିବ। ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀଙ୍କ ମୃତ ପୋଡ଼ା ଦେହ ଖାରବେଳନଗରସ୍ଥିତ ଘରୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୁଲିସ।
Popular Categories



