www.samajalive.in
Wednesday, December 10, 2025
16.1 C
Bhubaneswar

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ କଳାବ୍ୟାଚ ପରିଧାନ

ରାମନାଗୁଡା: ଓଡ଼ିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ ସାରା ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ ହୋଇଯାଇଛି। ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ପ୍ରସଙ୍ଗରେ ପୂର୍ବ ନିର୍ଦ୍ଧାରିତ ଏଜେଣ୍ଡା ଅନୁଯାୟୀ ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ଅଗଷ୍ଟ ୧୬ତାରିଖରୁ ସପ୍ତାହ ବ୍ୟାପୀ ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଦ୍ୱାରା କଳାବ୍ୟାଚ ପରିଧାନ ସହିତ ଶାନ୍ତିପୂର୍ଣ୍ଣ ଭାବେ ନିଜର ଯଥାଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରାଯାଇଛି। ଏହି ବିକ୍ଷୋଭ ପ୍ରଦର୍ଶନରେ ଓଡ଼ିଶା ସରକାରଙ୍କ ସମସ୍ତ ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ପ୍ରତ୍ୟେକ ଜିଲ୍ଲା, ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ କାର୍ଯ୍ୟାଳୟଠାରୁ ଆରମ୍ଭ କରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ କଳା ବ୍ୟାଚ ପରିଧାନ ସହ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଥିଲେ।ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ଚୁକ୍ତିଭିତ୍ତିକ ସମୟକୁ ମୂଳ ଚାକିରିରେ ଯୋଗ ୨ଟି ମୁଖ୍ୟ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ସମାବେଶ ସାରା ରାଜ୍ୟରେ ଅଗଷ୍ଟ ୧୬ ତାରିଖ ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ରାଜ୍ୟ ସଙ୍ଘର ନିର୍ଦେଶ କ୍ରମେ ବୁଧବାର ତୁଷାର ରଂଜନ ଲାଵଲାଙ୍କ ନେତୃତ୍ୱରେ ରାମନାଗୁଡା ବ୍ଲକ, ତହସିଲ, ଶିକ୍ଷା ଓ ଅନ୍ୟ ବିଭାଗରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ କଳା ବ୍ୟାଚ ପିନ୍ଧି ସରକାରୀ କାର୍ଯ୍ୟ କରିବା ସହ ମଧ୍ୟାହ୍ନରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଏହି ସମୟ ମଧ୍ୟରେ ରାଜ୍ୟସରକାର ଯଦି ଚୁକ୍ତିଭିତ୍ତିକ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ସେମାନଙ୍କ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ଚୁକ୍ତିଭିତ୍ତିକ ମହାସଂଘର ପୂର୍ଵ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଅଗଷ୍ଟ ଶେଷ ସପ୍ତାହରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ରାଜ୍ୟ ସଙ୍ଘ ସୂଚନା ଦେଇଛି। ଆଜିର ଏହି କାର୍ଯ୍ୟକ୍ରମରେ ସୂର୍ଯ୍ୟ ନାରାୟଣ ମହାପାତ୍ର , ଶାନ୍ତନୁ ଶବର, ସିପୁ ପ୍ରଧାନ, ସନ୍ତୋଷ ବେହେରା, ଅଜିତ ଦାସ, ଅନୁରାଗ ସେଠୀ ,ଜଗଦୀଶ ମାନ୍ଦ୍ରଡା, ଶାନ୍ତି ବେହେରା, ମନୀଷା ପାତ୍ର, ଦିଲୀପ ରାଉତ, ଅଜିତ ପଣ୍ଡା, ସନ୍ତୋଷ ପାତ୍ର, ଅନୁରାଧା ଶବର ପ୍ରମୁଖ ସାମିଲ ହୋଇଥିଲେ।

Hot this week

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

Related Articles

Popular Categories