www.samajalive.in
Sunday, December 14, 2025
19.1 C
Bhubaneswar

ପଞ୍ଚ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ରଣପୁରଗଡ଼: ପୁରୀ ଉତ୍କଳ ସ୍ୱାଭିମାନ ମଞ୍ଚ ତରଫରୁ ସାରା ରାଜ୍ୟରେ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପ୍ରୟାସ ଜାରି ରହିଛି। ଯାହା ଫଳରେ ଭବିଷ୍ୟତ ପିଢି ମହାପୁରୁଷମାନଙ୍କ ଜୀବନାଦର୍ଶ ଉପରେ ଜ୍ଞାନ ଆହରଣ କରିବାସହ ଅନୁପ୍ରାଣିତ ହୋଇ ନିଜ ଜୀବନ ଗଢ଼ି ତୋଳିବେ। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଖତିଆ ଗ୍ରାମପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗୋପବନ୍ଧୁଙ୍କ ସମେତ ପଞ୍ଚ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ପୁରୀ ଉତ୍କଳ ସ୍ୱାଭିମାନ ମଞ୍ଚର ସଭାପତି ରାଧାକାନ୍ତ ଦାଶ, ଯୁଗ୍ମ ସମ୍ପାଦକ ମନୋରଞ୍ଜନ ମିଶ୍ର, ବାସୁଦେବ ସାହୁ, ଉପସଭାପତି ଅର୍ଜୁନ ପରମଗୁରୁ, କାର୍ଯ୍ୟକାରୀ କମିଟି ସଦସ୍ୟ ପ୍ରଶନ୍ନ କୁମାର ରଥ, ଲକ୍ଷ୍ମୀଧର ସାମନ୍ତରାୟ, ରଣପୁରଗଡ଼ ସମାଜ ପ୍ରତିନିଧି ବିଶ୍ୱରଂଜନ ଆଚାର୍ଯ୍ୟ ପ୍ରମୁଖ ଯୋଗ ଦେଇଥିଲେ।

ପଣ୍ଡିତଙ୍କ ଦ୍ବାରା ହୋମ ଆହୁତି ପୂଜନ ସହ ସଙ୍କୀର୍ତ୍ତନ କରାଯାଇ ଜାତିର ଜନକ ମହାତ୍ମାଗାନ୍ଧୀ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ନେତାଜୀ ସୁବାଷ ଚନ୍ଦ୍ର ବୋଷ, ଉତ୍କଳ ଗୌରବ ମଧୁସୂଦନ ଓ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଥିଲା। ବିଦ୍ୟାଳୟର ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଓ ସଦସ୍ୟ ସହ ଗ୍ରାମବାସୀମାନେ ଉପସ୍ଥିତ ଥିଲେ। ସମସ୍ତ ଅତିଥି ମହାପୁରୁଷମାନଙ୍କ ସ୍ମୃତି ଚାରଣ କରିବାସହ ପିଲାମାନଙ୍କୁ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଆହ୍ୱାନ ଦେଇଥିଲେ। ଉତ୍କଳ ସ୍ୱାଭିମାନ ମଞ୍ଚ ସଭାପତି ଦାଶ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିର ଦାୟିତ୍ବ ପ୍ରଧାନ ଶିକ୍ଷକ, ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଗ୍ରାମବାସୀଙ୍କ ହାତରେ ଅର୍ପଣ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କୁ ଛବିଳ ମଧୁ ବର୍ଣ୍ଣବୋଧ ପୁସ୍ତକ ବଣ୍ଟନ କରାଯାଇଥିଲା। ପ୍ରଧାନଶିକ୍ଷକ ନିରଞ୍ଜନ ସାହୁ ସମସ୍ତଙ୍କୁ ଧନ୍ୟବାଦ ଦେବାସହ ସହକାରୀ ଶିକ୍ଷୟିତ୍ରୀ ସ୍ୱପ୍ନା ପ୍ରଧାନ, ସସ୍ମିତା ବିଶ୍ବାଳ, ମୋନାଲିସା ଭଞ୍ଜ, ଚନ୍ଦ୍ରିକା ସାମନ୍ତରାୟ ଆଦି ପରିଚାଳନା କମିଟି ସହଯୋଗ କରିଥିଲେ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories