www.samajalive.in
Wednesday, December 10, 2025
14.1 C
Bhubaneswar

ରଣଜୀ ଟ୍ରଫି : ଓଡିଶାର ପ୍ରଥମ ବିଜୟ

ଭୁବନେଶ୍ୱର:ରଣଜୀ ଟ୍ରଫିରେ ଚଳିତ ସିଜନରେ ଓଡିଶାର ପ୍ରଥମ ବିଜୟ ହୋଇଛି। ନାଗାଲାଣ୍ଡକୁ ୨୯୯ ରନରେ ଓଡିଶା ହରାଇଛି। ପ୍ରଥମେ ବ୍ୟାଟିଂ କରି ଓଡିଶା ପ୍ରଥମ ଇନିଂସରେ ୨୭୫ ରନ କରିଥିଲା । ଏହାର ଜବାବରେ ନାଗାଲାଣ୍ଡ ୧୬୧ ରନ କରିବାକୁ ସକ୍ଷମ ହୋଇଥିଲା । ଦ୍ୱିତୀୟ ଇନିଂସରେ ଓଡିଶା ୫ ୱିକେଟ ବିନିମୟରେ ୩୫୦ ରନ କରି ପାରୀ ଘୋଷଣା କରିଥିଲା । ଅଧିନାୟକ ଶୁଭ୍ରାଂଶୁ ସେନାପତି(୧୩୭) ଓ ସ୍ୱସ୍ତିକ ସାମଲ (୧୬୯)ଶତକ ହାସଲ କରିଥିଲେ । ଏଥିସହ ଓଡିଶା ୪୬୫ ରନର ବିଜୟ ଲକ୍ଷ୍ୟ ନାଗାଲାଣ୍ଡ ସମ୍ମୁଖରେ ରଖିଥିଲା ।

ମ୍ୟାଚର ଅନ୍ତିମ ଦିବସରେ ନାଗାଲାଣ୍ଡ ମ୍ୟାଚ ଡ୍ର କରିବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ଓଡିଶା ବୋଲର ଚମତ୍କାର ବୋଲିଂ ପ୍ରଦର୍ଶନ କରି ୧୬୫ ରନରେ ଅଲଆଉଟ କରି ଦେଇଥିଲେ । ଦଳ ପକ୍ଷରୁ ଡେଗା ନିଶ୍ଚଳ ସର୍ବାଧିକ ୫୨ ରନ କରିଥିଲେ । ଗୋବିନ୍ଦ ପୋଦ୍ଦାର ଓଡିଶା ପକ୍ଷରୁ ସର୍ବାଧିକ ୫ଟି ୱିକେଟ ଅକ୍ତିଆର କରିଥିଲେ । ବାଦଲ ବିଶ୍ୱାଳ ୩ଟି ଓ ସମ୍ବିତ ବରାଳ ଗୋଟିଏ ୱିକେଟ ନେଇଥିଲେ । ଶତକ ହାସଲ କରି ସ୍ଵସ୍ତିକ ସାମଲ ପ୍ଲେୟାର ଅଫ୍ ଦ ମ୍ୟାଚ୍ ହୋଇଛନ୍ତି। ୫ ମ୍ୟାଚରୁ ୭ ପଏଣ୍ଟ ସହ ଓଡିଶା ଷଷ୍ଠ ସ୍ଥାନକୁ ଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories