www.samajalive.in
Sunday, December 7, 2025
23.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀ ମୃତ

ପାଟଣା : କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗର ପଞ୍ଚାୟତ ନୂଆଗାଁ ନିକଟରେ ଏକ କଲଭର୍ଟରେ ପିଟି ହୋଇ ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ଗୁରୁବାର ଅପରାହ୍ନ ୩ଟା ସମୟରେ ରାଜନଗରଗ୍ରାମରୁ ଭୃଙ୍ଗରାଜ ପଶି ଗ୍ରାମକୁ ବାଇକ ଯୋଗେ ଯାଉଥିବା ଭୃଙ୍ଗରାଜ ପଶିର ମନୁ ନାଏକଙ୍କ ପୁଅ ବିଦ୍ୟାଧର ନାଏକ(୩୫) ଓ ମୟୂରଭଞ୍ଜ ଜିଲା ରରୁଆଁ ଥାନା ପଣ୍ଡାବିଲା ଗ୍ରାମର କୁମର ନାଏକଙ୍କ ପୁଅ ଲିଟୁନ ନାଏକ(୨୦)ଙ୍କ ବାଇକଟି ନୂଆଗାଁ ନିକଟରେ ଏକ କଲଭର୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ମୃତ୍ୟୁବରଣ କରିଥିଲେ। ଖବର ପାଇ ତୁରୁମୁଙ୍ଗା ଥାନା ଅଧିକାରୀ ବରେନ୍ଦ୍ର ଶିଆଳ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀକୁ ଡକାଇ ଦୁଇ ଯୁବକଙ୍କ ଶବକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଛନ୍ତି । ଦୁଇ ଯୁବକଙ୍କ ଅକାଳ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories