www.samajalive.in
Sunday, December 14, 2025
17.1 C
Bhubaneswar

ପ୍ରଦର୍ଶିତ ହେଲା ଡ. ମହତାବଙ୍କ ବହୁ ବିରଳ ଓ ସ୍ମରଣୀୟ ଫଟୋଚିତ୍ର

ଭୁବନେଶ୍ୱର: ମହାନ ଜନନାୟକ, ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣ ଉତ୍ସବ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏକ ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ରବିନ୍ଦ୍ରମଣ୍ଡପଠାରେ ଅନୁଷ୍ଠିତ ଏହି ଫଟୋଚିତ୍ର ପ୍ରଦର୍ଶନୀକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଏକାମ୍ର ବିଧାୟକ ବାବୁ ସିଂ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ପ୍ରମୁଖ ଉଦ୍‌ଘାଟନ କରିଥିଲେ।

ଏହି ଫଟୋଚିତ୍ର ପ୍ରଦର୍ଶନୀରେ ଉତ୍କଳ କେଶରୀ ଡ. ମହତାବଙ୍କ ଘଟଣାବହୁଳ ଜୀବନର ବହୁ ବିରଳ ଓ ଅମୂଲ୍ୟ ଫଟୋଚିତ୍ର ସ୍ଥାନ ପାଇଛି । ଜାତିର ଜନକ ମହାତ୍ମା ଗାନ୍ଧୀ, ପଣ୍ଡିତ ଜବାହରଲାଲ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ମୌଲାନା ଆଜାଦ, ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦ, ସର୍ବପଲ୍ଲୀ ରାଧାକି୍ରଷ୍ଟନ୍‌, ଚକ୍ରବର୍ତ୍ତୀ ରାଜଗୋପାଳଚାରୀଙ୍କ ଭଳି ବହୁ ଜାତୀୟ ନେତାଙ୍କ ସହ ତାଙ୍କର ବିଭିନ୍ନ ଫଟୋକୁ ଆଜି ଜନସାଧାରଣ ଉତ୍ସୁକତାର ସହ ଦେଖିଥିଲେ।

- Advertisement -

ଡ. ମହତାବଙ୍କ ଯୁବାବସ୍ଥାର ଫଟୋ, ବିଭିନ୍ନ ରଚନାବଳୀ, ଓଡ଼ିଶାର ବିଭିନ୍ନ ନେତୃସ୍ଥାନୀୟ ବ୍ୟକ୍ତିଙ୍କ ସହ ତାଙ୍କର ଫଟୋ, ଓଡ଼ିଶା ବିଧାନସଭା, ରାଜ୍ୟସଭା, ପାରାଦ୍ୱୀପ ବନ୍ଦର ଲୋକାର୍ପଣ ସମାରୋହ ଏବଂ ଅନ୍ୟାନ୍ୟ ଐତିହାସିକ ଅବସରରେ ତାଙ୍କର ବିରଳ ଫଟୋସବୁ ମଧ୍ୟ ପ୍ରଦର୍ଶିତ ହେଉଛି । ଡ. ମହତାବଙ୍କ ଜୀବନୀ ଓ ଆଦର୍ଶ ସହ ତାଙ୍କ କୃତି ଓ କୀର୍ତ୍ତି ବାବଦରେ ଉତ୍ତରପିଢ଼ିଙ୍କୁ ଅବଗତ କରାଇବା ଉଦ୍ଦେଶ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଛି । ଏହି ଫଟୋଚିତ୍ର ପ୍ରଦର୍ଶନୀ ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ନିମନ୍ତେ ଖୋଲା ରହିବ।

ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ ଓ ସୁରଜିତ ମିଶ୍ରଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories