www.samajalive.in
Saturday, December 6, 2025
14.1 C
Bhubaneswar

ରାଶିଫଳ: ଆଜି ବ୍ୟବସାୟରେ ଲାଭବାନ୍‌ ହେବେ ଏହି ରାଶିର ବ୍ୟକ୍ତି

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହୋଇପାରନ୍ତି।

ବୃଷ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭପ୍ରାପ୍ତ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସତର୍କରେ ଚଳିବାକୁ ପଡ଼ିବ। ସୁସ୍ଥ ଓ ନିରାମୟ ରହିବେ।

- Advertisement -

ମିଥୁନ: ଜଣେ ସମାଜସେବୀ, ଜନହିତକାରୀଭାବେ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନସ୍ପଦ ଓ ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କର୍କଟ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃତ୍ବର ନିବିଡ଼ ବନ୍ଧନରେ ଅନୁବନ୍ଧିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।

ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

କନ୍ୟା: ଉଦାର ଚରିତ ଓ ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି।

ତୁଳା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଆଚାର ବ୍ୟବହାର ଭଦ୍ରୋଚିତ ହେବ। ଭାଷା ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବିଦ୍ବାନ୍‌ ହେବେ।

ବିଛା: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ସୁଖ ମିଳିବ। ମିତ୍ରଙ୍କ ସହାୟତା ମିଳିବ।

ଧନୁ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ଖାଦ୍ୟ ରୁଚିପୂର୍ଣ୍ଣ ହେବ।

ମକର: କର୍ମଚଞ୍ଚଳ ରହିବେ। ସାମାନ୍ୟ ଥଣ୍ଡାଜନିତ କ୍ଲେଶ ଭୋଗ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

କୁମ୍ଭ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଧାର୍ମିକ ହୋଇପାରନ୍ତି।

ମୀନ: ପରିବାରର ମାନମର୍ଯ୍ୟାଦା ରକ୍ଷା କରିବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ସୁଖୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories