ଶନିବାର ରାଶିଫଳ

0

ମେଷ: ଉତ୍ସବାଦିରେ ସମ୍ମିଳିତ ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ।

ବୃଷ: କର୍ମକ୍ଷେତ୍ରରେ ସଫଳତା ପାଇପାରନ୍ତି। ସେତେଟା ସୁଖ ମିଳିବା କଷ୍ଟସାଧ୍ୟ ହେବ। ଈର୍ଷା ପରିତ୍ୟାଗ କଲେ ସାମାଜିକ ସ୍ୱୀକୃତି ମିଳିବ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।

ମିଥୁନ: ବନ୍ଧୁ ବର୍ଗରୁ ସହାୟତା ମିଳିବ। ଦୁଃସାହସିକ ପଦକ୍ଷେପ ନେଇ କଠିନ କାର୍ଯ୍ୟ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସେବାରେ ନିଯୁକ୍ତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କର୍କଟ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ପୀଡ଼ା ଉପୁଜି ପାରେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବେ।

ସିଂହ: ବ୍ୟବସାୟରେ ଅଧିକ ଅର୍ଥ ବିନିଯୋଗ କରି ପ୍ରଚୁର ଲାଭପ୍ରାପ୍ତ ହେବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଶିକ୍ଷିତା ପତ୍ନୀଙ୍କ ସହଯୋଗ ପାଇ କୃତକୃତ୍ୟ ହେବେ। ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ।

କନ୍ୟା: ସନ୍ଦେହ ଘେରରେ ରହିଲେ ବି ଧର୍ମବଳ ଆପଣଙ୍କୁ ବାଟ କଡ଼ାଇ ନେବ। ପ୍ରଶଂସିତ ହୋଇପାରନ୍ତି। ଉଦାର ସ୍ୱଭାବର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିବେ। ବୁଦ୍ଧିମାନ ହେବେ।

ତୁଳା: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

ବିଛା: ପରୋପକାର କରି ଆତ୍ମ ତୃପ୍ତି ଲାଭ କରିପାରନ୍ତି। ବାତାବରଣ ସୌହାଦ୍ଦ୍ୟପୂର୍ଣ୍ଣ ହେବ। ଭାଗ୍ୟଶାଳୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହୋଇପାରେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି। ସହନଶୀଳ ଓ ଶାନ୍ତିପ୍ରିୟ ହେବେ।
ଧନୁ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ସୁସ୍ଥ ରହିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତି ଚଳାଇବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଶତ୍ରୁପକ୍ଷରୁ ଧନଲାଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ପରିସ୍ଥିତିରୁ ବିଶୃଙ୍ଖଳା ଦେଖା ଦେଇପାରେ। ବ୍ୟୟ ପରିମାଣ ଅତ୍ୟଧିକ ହେବ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ। ମଧୁରଭାଷୀ ହୋଇପାରନ୍ତି। ସ୍ୱାଭିମାନୀ ହେବେ।
କୁମ୍ଭ: ଦୂରଯାତ୍ରା କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନଲାଭର ସୂଚନା ମିଳୁଛି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର୍ହ ହେବେ। ଯଶସ୍ୱୀ ହେବେ।
ମୀନ: ପରୋପକାରୀ ହେବେ। କୁଳ ଉଦ୍ଧାରକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି। ନିଜପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ। ଶୃଙ୍ଖାର ବ୍ୟବସାୟ ଲାଭଜନକ ହେବ।

Leave A Reply