www.samajalive.in
Sunday, December 7, 2025
26.1 C
Bhubaneswar

ଗୁରୁବାରରେ ଏହି ରାଶିଧାରୀଙ୍କର ଚମକିବ ଭାଗ୍ୟ

 

ମେଷ- ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଉଦ୍ୟାନ କାର୍ଯ୍ୟରେ ପାରଙ୍ଗମ ହେବେ।

- Advertisement -

 

ବୃଷ-ଅନାଶକ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ। ମନରେ ଅହଂଭାବ ରହିବ।

 

ମିଥୁନ-କର୍ମକ୍ଷେତ୍ରରେ ସଫଳତା ମିଳିବ। ପାରିପାରିକ ସୁଖ ଅବ୍ୟାହତ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ଶୁଭାଶୁଭମିଶ୍ରିତ ଫଳ ମିଳିବ।

 

କର୍କଟ -କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ହଠାତ୍‌ କିଛି ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

 

ସିଂହ-ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମରୁ ଲାଭବାନ୍‌ ହେବେ। ଦଳ ପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

 

କନ୍ୟା- ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାରର ମାଧୁରିମା ଜନସାଧାରଣଙ୍କୁ ଆକର୍ଷିତ କରିପାରେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।

 

ତୁଳା- ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ମଧ୍ୟମ ଧରଣର ଶୁଭ ଫଳ ମିଳିବ। ଭାଗ୍ୟଶାଳୀ ହେବେ। ଆଦର୍ଶବାଦୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

 

ବିଚ୍ଛା- କାର୍ଯ୍ୟରେ ସଫଳତା ଲାଭକରିବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନପ୍ରାପ୍ତ ହେବେ। ମନୋବଳ ଦୃଢ଼ ରହିବ। ସାମାନ୍ୟ ଅସୁସ୍ଥ ଥାଇ ବି ଅନ୍ୟର ଉପକାରୀ ହେବେ।

 

ଧନୁ- ସର୍ବ ସୁଖ ଅନୁଭବ କରିପାରନ୍ତି। ଚଞ୍ଚଳ ଚେଷ୍ଟିତ ହେବେ। ଏକାନ୍ତ ପ୍ରିୟ ହେବେ। ଭାଷା ସ୍ନେହପୂର୍ଣ୍ଣ ଓ ସମ୍ମାନବୋଧ ହେବ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଖର୍ଚ୍ଚାନ୍ତ ହେବେ।

 

ମକର- ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜନେତାଙ୍କଠାରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

 

କମ୍ଭ- ପରୋପକାରୀ ହେବେ। ସର୍ବସୁଖ ଲାଭ କରିବେ। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ-ସଦ୍ଦିଚ୍ଛାଭାବ ରହିବ।

 

ମୀନ- ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଦିନଟି ସୁଖମୟ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପ୍ରବଳ ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories