ଏହି ରାଶିର ବ୍ୟକ୍ତି ଭାଗ୍ୟଶାଳୀ ହୋଇପାରନ୍ତି – ବୁଧବାରର ରାଶିଫଳ
ମେଷ- ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ- ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତା ପିଲାଳିଆମି ହୋଇପାରେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁଙ୍କ ସହାୟତା ମିଳିବ।
ମିଥୁନ- ଜଣେ ସମାଜସେବୀଭାବେ ଜନସାଧାରଣଙ୍କର ଆଦରର ପାତ୍ର ହେବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସୁଖ ମିଳିବ।
କର୍କଟ- ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ସେବା ମନୋଭାବର ହେବ।
ସିଂହ- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ କର୍ମଠ ହେବେ।
କନ୍ୟା- ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଯାନବାହନ ସୁଖ ମିଳିବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ଜଳଯାତ୍ରାରେ ବିପଦ ରହିଛି। ପ୍ରେମୀ ଓ ବୁଦ୍ଧିମାନ ହୋଇପାରନ୍ତି।
ତୁଳା- ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ପ୍ରେମୀ, ସାହସୀ, ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
ବିଚ୍ଛା- ସୌଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁଙ୍କ ସହାୟତା ମିଳିବ।
ଧନୁ- ସୁଖ, ଶାନ୍ତି, ଦୟାର ଅବତାର ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ଉନ୍ନତମାନର ହେବ।
ମକର- କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି।
କୁମ୍ଭ- ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ।
ମୀନ- କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ପରିବାର ପ୍ରତି ସ୍ନେହଭାବ ରହିବ।
Comments are closed.