www.samajalive.in
Monday, December 15, 2025
26.1 C
Bhubaneswar

ଶନିବାର ରାଶିଫଳ

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଉତ୍ତମ ଧରଣର ହେବ। ମିଷ୍ଟାନ୍ନ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନର କଳ କୌଶଳ ପ୍ରସ୍ତୁତ କରିବେ। ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ।

ବୃଷ: ଖର୍ଚ୍ଚାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ଆକ୍ରାନ୍ତ ହେବା ସହ ଚକ୍ଷୁ ପୀଡ଼ା ଅନୁଭବ କରିବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ।

- Advertisement -

ମିଥୁନ: ଆୟ ଆଶାନୁରୂପ ହେବ। ଯଶସ୍ୱୀ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

କର୍କଟ: କର୍ମ ଚଞ୍ଚଳ ରହିବେ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ସମ୍ମାନିତ ହେବେ। କୁଟୁମ୍ବ ସୁଖ ମିଳିବ।

ସିଂହ: ପରୋପକାରରେ ବ୍ରତୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ।

କନ୍ୟା: ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କ୍ରୋଧ ସମ୍ବରଣ କରି ସବୁରି ପ୍ରିୟ ପାତ୍ର ହେବେ। ସ୍ୱାଭିମାନୀ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଖର୍ଚ୍ଚାନ୍ତ ହୋଇପାରନ୍ତି। ସତର୍କତାର ଦିନଟିଏ।

ତୁଳା: ବନ୍ଧୁ ସହଯୋଗ ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ। ମନରେ ସେବାଭାବ ଜାଗ୍ରତ ହୋଇପାରେ। ଅହଂକାରୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି।

ବିଛା: ପରିବେଶ ଆପଣଙ୍କ ପାଇଁ ଲାଭଜନକ ହେବ। କାର୍ଯ୍ୟ କ୍ଷେତ୍ରରେ କରିଥିବା ସାଧନାର ସିଦ୍ଧିପ୍ରାପ୍ତ ହୋଇପାରନ୍ତି। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ବଳଶାଳୀ ହେବେ। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ଚାକିରିରେ ସୁନାମ ମିଳିବ।

ଧନୁ: ପରାମର୍ଶ ନେଇ କାର୍ଯ୍ୟ କଲେ ଅଧିକ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ସମୟାନୁବର୍ତ୍ତିତା ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ।

ମକର: ବାଧ୍ୟତାର ବଶବର୍ତ୍ତୀ ହୋଇପାରନ୍ତି। ବାଦ-ବିବାଦର ସମ୍ମୁଖୀନ ହେବେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ସୁଖଭୋଗ କରିବେ। ବ୍ୟକ୍ତି ବିଶେଷରେ ପରିଗଣିତ ହେବେ। କୃଷିକ୍ଷେତକୁ ସଜାଡ଼ିବେ।

କୁମ୍ଭ: ପରିଶ୍ରମର ମୂଲ୍ୟାଙ୍କନ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ତପସ୍ୱୀ ସ୍ୱଭାବର ହେବେ।

ମୀନ: ପରାଶ୍ରିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ବ୍ୟକ୍ତିତ୍ୱର ବିକଶିତ ହେବ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ସ୍ତ୍ରୀ ବିଳାସୀ ହେବେ। ଉଦାର ବିଦ୍ୟାପ୍ରେମୀ ହେବେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories