www.samajalive.in
Sunday, December 7, 2025
26.1 C
Bhubaneswar

ଶନିବାର ରାଶିଫଳ

ମେଷ: ଆୟ ଆଶାନୁରୂପ ହେବ। ସରକାରୀ ଓ ବନ୍ଧୁ ସହାୟତାରୁ ଲାଭବାନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚଞ୍ଚଳ ପ୍ରକୃତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ସରକାରୀ ସ୍ତରରୁ ସମ୍ମାନ ମିଳିବ।

ବୃଷ: ଭ୍ରମଣ ସୁଖ ମିଳିପାରେ। କୁଳ ଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି।

- Advertisement -

ମିଥୁନ: ବିଭିନ୍ନ ବ୍ୟକ୍ତିବିଶେଷଙ୍କ ଠାରୁ ସହାୟତା ମିଳିବ। ଦୂରଯାତ୍ରା ଲାଭ ଦାୟକ ହେବ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ଧର୍ମାତ୍ମା ପ୍ରବାୟ ପ୍ରିୟ, ବିଦ୍ୱାନ ଓ ସାହସୀ ହୋଇପାରନ୍ତି।

କର୍କଟ: କାର୍ଯ୍ୟରେ ଅସଙ୍ଗତି ଦେଖାଦେଇ ପାରେ। ଶାରୀରିକ କ୍ଳେଶ ଅନୁଭବ କରିପାରନ୍ତି। ଈର୍ଷା ପରାୟଣ ହୋଇପାରନ୍ତି। ଖର୍ଚ୍ଚାନ୍ତ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସ୍ୱାଭିମାନୀ ହେବେ। ସତର୍କରେ ଚଳିବାକୁ ହେବ।

ସିଂହ: ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ସାମୟିକ ଭାବେ ମନରେ ଅହଂଭାବ ଦେଖା ଦେଇପାରେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କନ୍ୟା: ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ବିଶ୍ୱାସଭାଜନ ହେବେ। ମନ ପ୍ରଫୁଲ୍ଲିତ ହୋଇପାରେ।

ତୁଳା: ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‍ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିପାରେ। ବ୍ୟବସାୟରେ ପ୍ରଚୁର ଧନଲାଭର ସୂଚନା ମିଳୁଛି।

ବିଛା: ସଫଳତାର ନିକଟବର୍ତ୍ତୀ ହୋଇପାରନ୍ତି। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିପ୍ରକାଶ ଘଟାଇପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହେବେ। ଜଳପ୍ରତି ଆଦରପ୍ରେମୀ ହେବେ।

ଧନୁ: ଉଚ୍ଚ ସମ୍ମାନରେ ସମ୍ମାନିତ ହେବେ। ମନରେ ପ୍ରସନ୍ନତା ଭାବ ଦେଖାଦେବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା କଫରେ ପୀଡ଼ିତ ହେବାର ସୂଚନା ମିଳୁଛି। ପ୍ରେମୀ ଓ ସାହସୀ ହେବେ। ବିବାଦରେ ବିଜୟୀ ହେବେ।

ମକର: ନୂତନ ପ୍ରକାର ବିଦ୍ୟା ଅଧ୍ୟୟନ କରିବାର ସୁଯୋଗ ପାଇପାରନ୍ତି। ଚିନ୍ତାଶୀଳ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ପରିଗଣିତ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ।

କୁମ୍ଭ: ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଧନବାନ ଓ ଗୁଣଯୁକ୍ତ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ସମ୍ମାନ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ଚିନ୍ତାଧାରା ଉତ୍ତମ ହେବ। ବିବାଦରେ ବିଜୟୀ ହେବେ।

ଡ୍ ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ। ଚଞ୍ଚଳ ସ୍ୱଭାବର ହେବେ। ଚକ୍ଷୁରେ ସାମାନ୍ୟ ମାତ୍ରାର ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର ବଚନରେ ଶତ୍ରୁକୁ ବଶ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories