www.samajalive.in
Saturday, December 13, 2025
26.1 C
Bhubaneswar

ଶୁକ୍ରବାର ରାଶିଫଳ

 

ମେଷ: ପରୋପକାରୀ ହୋଇପାରନ୍ତି। ଆତ୍ମୀୟ ସ୍ବଜନଙ୍କ ବିରୋଧରେ ସମ୍ମୁଖୀନ ହେବେ; ତଥାପି ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ।

- Advertisement -

ବୃଷ: ଉପବାସ କରିପାରନ୍ତି। ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ।

ମିଥୁନ: ଆର୍ଥିକ ସ୍ଥିତିର ଉନ୍ନତି ଘଟିବ। ସୁ-ମିତ୍ରମାନଙ୍କ ସାନ୍ନିଧ୍ୟ ମିଳିବ। ବ୍ୟବସାୟ ଲାଭଜନକ ହେବ। ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କର୍କଟ: କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପ୍ରତି ଘଟଣାରେ ନିରବ ରହିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚକ୍ଷୁରେ ପୀଡ଼ା ଉପୁଜିବ।

ସିଂହ: ସାମର୍ଥ୍ୟର ବିକାଶ ଘଟିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଯଦି ଟିକଟ କିଣି ଥାଆନ୍ତି ତେବେ ଲଟେରି ଆପଣଙ୍କ ସପକ୍ଷରେ ଯାଇପାରେ।

କନ୍ୟା: ସାହାଯ୍ୟ ମିଳିବା କଷ୍ଟ ସାଧ୍ୟ ହେବ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ରହିବେ। ଜଳ ପ୍ରତି ଆଦର ଓ କୃଷି କର୍ମକାରୀ ହେବେ।

ତୁଳା: ଦୁର୍ଘଟଣାରୁ ରକ୍ଷା ପାଇଯିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ।

ବିଛା: ପରମ ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ବର ପରିଚୟ ଦେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ପତ୍ନୀ ପରାୟଣ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ମିତ୍ର ସୁଖ ମିଳିବ।

ଧନୁ: ଚାଲୁ ରହିଥିବା କାର୍ଯ୍ୟ ବିଳମ୍ବରେ ଶେଷ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ। ଶକ୍ତିମାନ୍‌ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ବିଜୟୀ ହେବେ। ମୋକଦ୍ଦମାରେ ଜିଣି ଧନଲାଭ କରିବେ।

ମକର: ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ବ୍ୟୟାଧିକ ହୋଇପାରେ। ଚଞ୍ଚଳ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସର ସହ ପ୍ରତ୍ୟେକ କାର୍ଯ୍ୟ କରିବେ। ଜ୍ଞାନୀ ହେବେ।

କୁମ୍ଭ: ଉପୁଜି ଥିବା ସଙ୍କଟର ମୁକାବିଲା କରିବେ। ବିଭିନ୍ନ ସ୍ତରରୁ ଧନପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସମ୍ମାନ ମିଳିବ।

ମୀନ: ଉଦର ବ୍ୟଥା ଅନୁଭବ କରିପାରନ୍ତି। ପରିଶ୍ରମର ମୂଲ୍ୟ ମିଳିବ। କୁଳ ଉଦ୍ଧାରକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories