www.samajalive.in
Sunday, December 14, 2025
16.1 C
Bhubaneswar

ରବିବାର ରାଶିଫଳ

ମେଷ: ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ଧାର୍ମିକ ଓ ତେଜସ୍ୱୀ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଦାନ-ଧର୍ମରେ ଦୀକ୍ଷିତ ହେବେ।

ବୃଷ: ସ୍ୱାଭିମାନୀ ହୋଇପାରନ୍ତି। ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉଚ୍ଚକୋଟି ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିପାରନ୍ତି।

- Advertisement -

ମିଥୁନ: ଉଚ୍ଚ ଆଶା ଫଳବତୀ ହୋଇପାରେ। କାର୍ଯ୍ୟରେ ସଫଳତା ମିଳିବ। ମନପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ।

କର୍କଟ: ଦୂର ସ୍ଥାନ ଭ୍ରମଣର ସୁଯୋଗ ପାଇବେ। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି।

ସିଂହ: ପାରିବାରିକ ଶାନ୍ତି ଅବ୍ୟାହତ ରହିବ। କର୍ମକ୍ଷେତ୍ରରେ ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ଶକ୍ତିମାନ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ବ୍ୟବସାୟମୁଖୀ ହେବେ। ମୋକଦ୍ଦମାରେ ଜିଣି ଧନଲାଭ କରିବେ।

କନ୍ୟା: ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଏକାନ୍ତ ପ୍ରିୟ ଓ ମଧୁରଭାଷୀ ହେବେ। ଖର୍ଚ୍ଚର ପରିମାଣ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ସାହସୀ ହେବେ। ଜ୍ଞାନ-ଗରିମା ବୃଦ୍ଧି ହେବ।

ତୁଳା: ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ବିଛା: ଆବଶ୍ୟକ ସହାୟତା ମିଳି ଯିବ। ଆପଣଙ୍କ ଶ୍ରମ ସାର୍ଥକ ହେବ। କୁଳ ଉଦ୍ଧାରକ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

ଧନୁ: କାର୍ଯ୍ୟ ନିର୍ବାହ ପାଇଁ ସୁଯୋଗ ସୃଷ୍ଟି ହୋଇଛି। ଦାନ-ଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର: ଆର୍ଥିକ ସହାୟତା ମିଳିବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରି ପାରନ୍ତି। ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ।

କୁମ୍ଭ: ନିଜର ଜନହିତକର କାର୍ଯ୍ୟ ପାଇଁ ସମ୍ବର୍ଦ୍ଧିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ। ସୁଖ ମିଳିବ।

ମୀନ: ସ୍ୱାଧୀନ ଚିନ୍ତା ଧାରାକୁ ନେଇ କାର୍ଯ୍ୟ କରିବେ। କାହା ଉପରେ ନିର୍ଭରଶୀଳ ହେବେ ନାହିଁ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ ହେବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବା ଆଶା କରାଯାଏ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories