www.samajalive.in
Friday, December 12, 2025
16.1 C
Bhubaneswar

ସୋମବାର ରାଶିଫଳ (୦୯। ୦୩ । ୨୦୨୦)

ମେଷ : ଯାତ୍ରା ଶୁଭପ୍ରଦ ହେବ। ପଢ଼ାଲେଖା ପ୍ରତି ଆକର୍ଷିତ ହୋଇପାରନ୍ତି। ବିଭିନ୍ନ ଶାସ୍ତ୍ର ଓ ଉପାଦେୟ ପୁସ୍ତକ ପଠନରେ ସମୟ ଅତିବାହିତ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହେବେ। ଦାମ୍ପତ୍ୟ ସୁଖ ମିଳିବ।

ବୃଷ : ବ୍ୟବସାୟ ଲାଭଜନକ ହେବ। ଅଧିକ ପରିଶ୍ରମର ସମ୍ମୁଖୀନ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଧର୍ମପ୍ରିୟ ହେବେ। ପାଣ୍ଡିତ୍ୟର ପରିପ୍ରକାଶ ଘଟିବ। ଶିଳ୍ପ ପାରଦର୍ଶୀ ହେବେ। ଚଞ୍ଚଳମନା ହେବେ।

- Advertisement -

ମିଥୁନ : ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବଦର୍ଶନର ସୁଯୋଗ ଅଛି। ଅଶାନ୍ତିର ମାତ୍ରା କମିବ। ସରକାରୀ ସ୍ତରରୁ ଲାଭ ମିଳିବ। ନୃତ୍ୟ-ସଙ୍ଗୀତପ୍ରିୟ ହୋଇପାରନ୍ତି। ସତ୍‌କର୍ମରେ ନିୟୋଜିତ ହେବେ। ଧାର୍ମିକ ହେବେ।

କର୍କଟ : ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳତା ମିଳିବ। ଆକସ୍ମିକ ସମସ୍ୟା ଯୋଗୁଁ ମନ ବିଷାଦିତ ହୋଇପାରେ। ବିଭିନ୍ନ ଦିଗରୁ ଧନାଗମର ସୁଯୋଗ ସୃଷ୍ଟି ହୋଇଛି। ତ୍ୟାଗୀ ଓ ନୀତିନିଷ୍ଠ ହେବେ। ଚଞ୍ଚଳମନା ହୋଇପାରନ୍ତି। କୀର୍ତ୍ତିମାନ୍‌ ହେବେ। ଅତିସୁଖୀ ହୋଇପାରନ୍ତି।

ସିଂହ : ଜନହୀତକର କାର୍ଯ୍ୟ କରି ଆଶୀର୍ବାଦ ପ୍ରାପ୍ତ ହେବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନ ମିଳିବ। ଆୟ-ରୋଜଗାର ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ସୁଖୀ ହେବେ।

କନ୍ୟା: ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ। ବନ୍ଧୁବର୍ଗ କରଛଡ଼ା ଦେଇପାରନ୍ତି। ସରଳ ସ୍ନେହବୋଳା କଥାରେ ପରକୁ ଆପଣାର କରିପାରନ୍ତି।

ତୁଳା : ବହୁ ଶୁଭଯୋଗ ଅଛି। ଆୟବୃଦ୍ଧିର ସୂଚନା ମିଳୁଛି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରି ଆତ୍ମତୃପ୍ତି ଲାଭ କରିବେ। ସରକାରଙ୍କ କୃପାପାତ୍ର ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଚଳ-ଚଞ୍ଚଳ ରହିବେ।

ବିଛା : ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ସୁଖ-ସମ୍ମାନ ଲାଭ କରିବେ। ଶୁଭ ଖବର ପାଇ ଖୁସି ହେବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି।

ଧନୁ : କାର୍ଯ୍ୟରେ ସଫଳତା ଲାଭ କରିବେ। ପରୋପକାରୀ ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଆଧ୍ୟାତ୍ମିକ କାର୍ଯ୍ୟରେ ନିଜକୁ ହଜାଇ ଦେଇ ପାରନ୍ତି। ସାତ୍ତ୍ବିକ ସନ୍ତୋଷ ମିଳିବ।

ମକର : ଶ୍ରେଷ୍ଠ ପଦ-ପଦବୀରେ ମଣ୍ଡିତ ହୋଇପାରନ୍ତି। ଆଧିପତ୍ୟ ବିସ୍ତାର କରିବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। କୃପଣ ସ୍ବଭାବର ହେବେ। ଅର୍ଥନୀତିରେ ମାନ୍ଦାଭାବ ସୃଷ୍ଟି ହୋଇପାରେ। ଅଯଥା ପାରିବାରିକ ବିବାଦ ବଢ଼ିବ।

କୁମ୍ଭ : ବନ୍ଧୁ ମିଳନ ଘଟିପାରେ। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଆନନ୍ଦ ଉପଭୋଗ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ।

ମୀନ : ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ। ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories