www.samajalive.in
Saturday, December 13, 2025
27.1 C
Bhubaneswar

ଶନିବାର ରାଶିଫଳ

ମେଷ: ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।
ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।
ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।
କର୍କଟ: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।
ସିଂହ: କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। କୀର୍ତ୍ତିମାନ୍‍ ହେବେ।
କନ୍ୟା: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଘାତଚନ୍ଦ୍ର ହେତୁ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।
ତୁଳା: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।
ବିଛା: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।
ଧନୁ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।
ମକର: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।
କୁମ୍ଭ: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।
ମୀନ: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ ହ୍ୱାଟସଆପ, ସ୍ନାପଚ୍ୟାଟ ଏବଂ ଟେଲିଗ୍ରାମ କମ୍ପାନୀ

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories