www.samajalive.in
Wednesday, December 10, 2025
18.1 C
Bhubaneswar

ଶନିବାର ରାଶିଫଳ

ମେଷ: ଦିନସାରା ଖୁସିରେ ଚଳିବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବର ପରିଚୟ ଦେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। କୃଷିକର୍ମରେ ନିୟୋଜିତ ହେବେ। ଯାନବାହନ ସୁଖ ମିଳିବ।

ବୃଷ: ମାନ-ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ସାଧନା ଫଳବତୀ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହୋଇପାରନ୍ତି। ମଧୁରଭାଷୀ ହେବେ। କଫଜନିତ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ।

- Advertisement -

ମିଥୁନ: ଧୈର୍ଯ୍ୟର ଆବଶ୍ୟକତା ରହିଛି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ପତ୍ନୀଙ୍କ ସହିତ ବିଳାସ ବ୍ୟସନ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ।

କର୍କଟ: ବନ୍ଧୁମେଳରେ ଦିନଟି ଅତିବାହିତ କରିପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଅର୍ଥ ଉପାର୍ଜନର ପରିମାଣ ଯଥେଷ୍ଟ ହେବ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି।

ସିଂହ: ବନ୍ଧୁ ସହାୟତା ମିଳିପାରେ। ପ୍ରତାରିତ ହୋଇପାରନ୍ତି। ଥଣ୍ଡା କଫରେ ପୀଡ଼ିତ ହେବେ। ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ଏକାନ୍ତ ପ୍ରିୟ, ନେତ୍ର ପୀଡ଼ା ଭୋଗ କରିପାରନ୍ତି। ମଧୁରଭାଷୀ ହେବେ। ରାଜଯୋଗ ମିଳିବ। ଧାର୍ମିକ ହେବେ।

କନ୍ୟା: ଶତ୍ରୁ ଦ୍ବାରା ଉପକୃତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ବୃଦ୍ଧି ହେବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ଅର୍ଥ ଓ ସମ୍ମାନ ମିଳିବା ଆଶାକରାଯାଏ। ସୁଖୀ ହେବେ।

ତୁଳା: ହଜି ଯାଇଥିବା ମୂଲ୍ୟବାନ ଦ୍ରବ୍ୟ ଖୋଜିଲେ ପାଇବେ। ଶ୍ରମ ସାର୍ଥକ ହେବ। ବଂଶର ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟରେ ଲାଭ ଓ ଯଶସ୍ବୀ ହେବେ।

ବିଛା: ପରିସ୍ଥିତି ଆୟତ୍ତାଧୀନ ହେବ। ପରାଶ୍ରିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ହେବେ।

ଧନୁ: ଶୃଙ୍ଖଳିତ କାର୍ଯ୍ୟକୁ ବିଶୃଙ୍ଖଳିତ କରିପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭ ଜନକ ହେବ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ହେବେ।

ମକର: ଯାତ୍ରାଦିରେ ସମ୍ମିଳିତ ହୋଇପାରନ୍ତି। ସୁଖ-ସନ୍ତୋଷ ଲାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ତତ୍ପର ହୋଇପାରନ୍ତି। ମନରେ ଅହଂଭାବ ଆସିବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପାରିବାରିକ ସ୍ନେହ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ବିବ୍ରତ ହୋଇପାରନ୍ତି। ସଂଯମୀ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶତ୍ରୁହନ୍ତା ହୋଇପାରନ୍ତି। ଅଜୀର୍ଣ୍ଣ ଅନୁଭବ କରିବେ। ଚଞ୍ଚଳ ପ୍ରକୃତିର କନ୍ୟା ଲାଭ ହେବ।

ମୀନ: ଶାରୀରିକ ଆଘାତ ପ୍ରାପ୍ତ ହେବେ। ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବୋହିବାର ଯଥେଷ୍ଟ ସମ୍ଭାବନା ରହିଛି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories