ସୋମବାର ରାଶିଫଳ

0

ମେଷ: ସେବା ଭାବନାରେ ଉଦ୍‍ବୁଦ୍ଧ ହୋଇପାରନ୍ତି। ସୁଖ-ସମ୍ମାନ ଲାଭ କରିବେ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

ବୃଷ: ବହୁ ଶୁଭଫଳ ଆଶାକରାଯାଏ। ସୁଖ ସମ୍ମାନ ଲାଭ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ସମୟ ବିତାଇ ପାରନ୍ତି। ଧର୍ମାତ୍ମା, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ।

ମିଥୁନ: ମୂଲ୍ୟବାନ ଧାତୁ ପଦାର୍ଥ ମିଳିପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହେଲେ ବି; ସ୍ଥାନ-କାଳ-ପାତ୍ର କୁ ଚାହିଁ କାର୍ଯ୍ୟ କରିବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।

କର୍କଟ: ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନବଳାଇବେ। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳତା ମିଳିବ।

ସିଂହ: ଅଟକି ରହିଥିବା କାର୍ଯ୍ୟ ଆଗକୁ ବଢ଼ିବ। ଘାତ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। ବଦ-ଖର୍ଚ୍ଚ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ରହିବେ। ଶତ୍ରୁହନ୍ତା ହେବେ।

କନ୍ୟା: ଚେଷ୍ଟାରୁ ସଫଳତା ପାଇବେ। ଚିନ୍ତା ଦୂର ହେବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ତେଜସ୍ୱୀ, ଧାର୍ମିକ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି।

ତୁଳା: ବାଦାନୁ-ବାଦର ସମ୍ମୁଖୀନ ହୋଇପାରନ୍ତି। ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶବାଦୀ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ଶରୀର ସୁସ୍ଥ ରହିବ। କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିବେ। ପ୍ରେମୀ ଓ ବୁଦ୍ଧିମାନ ହେବେ।

ବିଛା: ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

ଧନୁ: ଯାତ୍ରାରେ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଭାଗ୍ୟଶାଳୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ନୀତିନିଷ୍ଠ ବ୍ୟକ୍ତିଭାବେ ପ୍ରଶଂସନୀୟ ହେବେ। ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବନ୍ଧୁ ସୁଖ ମିଳିପାରେ।

ମକର: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଏଶ୍ୱର୍ଯ୍ୟଯୁକ୍ତ ହେବେ। ବ୍ୟବସାୟ ପାଇଁ ଉଦ୍ୟମ କରିବେ। ସୈନିକମାନଙ୍କ ପାଇଁ ଆଜି ବିଜୟର ସୁଦିନ। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।

କୁମ୍ଭ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡାରେ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମନଛୁଅାଁ କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

ମୀନ: ମନରେ ପ୍ରସନ୍ନଭାବ ଜାତ ହେବ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିପାରେ। ବ୍ୟବସାୟ ଲାଭଜନକ ହେବ। କରିତ୍‍କର୍ମା ହେବେ।

Leave A Reply