www.samajalive.in
Monday, December 8, 2025
13.1 C
Bhubaneswar

ଶନିବାର ରାଶିଫଳ (୨୯।୦୨। ୨୦୨୦)

 

ମେଷ: ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ। ଧନବାନ୍‌ ହୋଇପାରନ୍ତି। ଅପାର ଗୁଣର ଅଧିକାରୀ ହେବେ। ଉପାର୍ଜନ ଯଥେଷ୍ଟ ପରିମାଣର ହେବ। ନୂଆ ବନ୍ଧୁଙ୍କ ସହଯୋଗରେ ଉପକୃତ ହେବେ।
ବୃଷ: ପର ପାଇଁ ଜାମିନ୍‌ଦାର ହୋଇପାରନ୍ତି। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଠକାମିରେ ପଡ଼ିପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ। ବାକ୍ୟବୀର ହେବେ। କାର୍ଯ୍ୟ ଅଟକି ଯିବ।
ମିଥୁନ: ଶୁଭ ଖବର ପାଇ ଖୁସି ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ପ୍ରୀତି ଭୋଜନ ମିଳିବ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜନସେବାକୁ ବ୍ରତଭାବେ ଗ୍ରହଣ କରିପାରନ୍ତି।
କର୍କଟ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ସୁସମ୍ବାଦ ପାଇ ଉତ୍‍ଫୁଲ୍ଲିତ ହେବେ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।
ସିଂହ: ମିଳିଥିବା ସୁଯୋଗକୁ ହାତଛଡ଼ା କରିବେ ନାହିଁ। ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ସୁଖ ସମୃଦ୍ଧିର ମୂଳଦୁଆ ପଡ଼ିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ପରିଶ୍ରମ କଲେ ବି ସଫଳତା ମିଳିବା କଷ୍ଟସାଧ୍ୟ ହେବ। ସାମାନ୍ୟ ଅସୁସ୍ଥତା ଦେଖା ଦେଲେ ବି ଯୁଗ୍ମ ବ୍ୟବସାୟରେ ଲାଭଜନକ ହେବ। ମନ ବିଷାଦଭରା ହୋଇପାରେ। ଅର୍ଥ ଟାଣ-ଟୁଣ ରହିବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ।
ତୁଳା: ଶତ୍ରୁ ଯେତେ ବଳବାନ୍‍ ହେଲେ ବି ପରାଜୟ ବରଣ କରିବ। ବନ୍ଧୁ ମିଳନର ସମ୍ଭାବନା ଅଛି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ ସମାପନ କରି ଆନନ୍ଦ ଅନୁଭବ କରିବେ। ପତ୍ନୀ ପରାମର୍ଶଦାତା ହେବେ।
ବିଛା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ବଳବାନ୍‍ ଶତ୍ରୁକୁ ଦମନ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଆନନ୍ଦ ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆତ୍ମସନ୍ତୋଷ ଲାଭ କରିବେ।
ଧନୁ: ଅଧିକ ଜ୍ଞାନ ଆହରଣ ପାଇଁ ଅଧ୍ୟୟନରତ ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁ ସମ୍ବାଦ ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍ତ୍ତବ୍ୟନିଷ୍ଠ ହେବେ।
ମକର: ଇଚ୍ଛା ବିରୋଧରେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ପରିଶ୍ରମର ମୂଲ୍ୟ ମିଳିବ। କୃଷି କର୍ମ ଉପରେ ଗୁରୁତ୍ୱ ଦେବେ। ବିବାହ ବିଳମ୍ବିତ ହୋଇପାରେ। ଭଲ-ମନ୍ଦ ମିଶ୍ରିତ ଫଳ ମିଳିବ।
କୁମ୍ଭ: ପର ପାଇଁ ମାନି ହୋଇ ସମ୍ମାନିତ ହୋଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ଅଶାନ୍ତିର ଉପଶମ ହେବ। ସରକାରୀ ସ୍ତରରୁ ଲାଭ ମିଳିବ।
ମୀନ: ଅସହାୟତା ବୋଧ କରିପାରନ୍ତି। ଧର୍ମ ପ୍ରିୟ ହେବେ। ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି। ଶିଳ୍ପ ପାରଦର୍ଶୀ ହେବେ। କ୍ରିୟାଶୀଳ ହେବେ। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ନୀତିନିଷ୍ଠ ହେବେ।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories