ରବିବାର ରାଶିଫଳ

0

ମେଷ: ଆଶା କରୁଥିବା ସାହାଯ୍ୟ ମିଳିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ନୂଆ ବନ୍ଧୁ ଜୁଟିବେ।

ବୃଷ: ବ୍ୟୟ ବୃଦ୍ଧି ଯୋଗୁଁ ପରିବାରରେ ଅଶାନ୍ତି ସୃଷ୍ଟି ହେବେ। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ସାମୟିକ ଭାବେ ନିର୍ଜନ ସ୍ଥାନରେ ରହିବାକୁ ଇଚ୍ଛା କରିପାରନ୍ତି। ଚକ୍ଷୁରେ ପୀଡ଼ା ଉପୁଜି ପାରେ।

ମିଥୁନ: ଭ୍ରାତୃ ବିବାଦର ସମାଧାନ ହେବ। କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‍କର୍ମା ହେବେ।

କର୍କଟ: କର୍ମ ଚଞ୍ଚଳ ରହିବେ। ନିଜ ବଂଶର ସୁନାମ ରଖିବାର ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ଦୀନ ଦରିଦ୍ରଙ୍କୁ ଦାନ କରିବାରେ ମନ ସ୍ଥିର କରିବେ। ବ୍ୟବସାୟୀ ଲାଭଜନକ ହେବ। ଯଶ ଅର୍ଜନ କରି ସୁଖୀ ହୋଇପାରନ୍ତି।

ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ ହୋଇପାରେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ। ଦାମ୍ପତ୍ୟ ସୁଖ ମିଳିବ।

କନ୍ୟା: ଅପ୍ରିୟ ପରିସ୍ଥିତିରୁ ଉଧୁରି ଯିବେ। ଈର୍ଷା ପରିତ୍ୟାଗ କଲେ ସମ୍ମାନିତ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଜଳଯାତ୍ରା ମନା।

ତୁଳା: ବନ୍ଧୁ ସହଯୋଗ ଆନନ୍ଦଦାୟକ ହେବ। ବ୍ୟବସାୟ ଲାଭଜନକ ହୋଇପାରେ। ସେବା ମନୋଭାବ ନେଇ କାର୍ଯ୍ୟ କରିବେ। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ କଥାରେ ଚଳିବେ।

ବିଛା: ବୁଝି ବିଚାରି କାର୍ଯ୍ୟ କରିବାକୁ ପଡ଼ିବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ମିଳିବ।

ଧନୁ: ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‍ କିଛି ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଯଶସ୍ୱୀ ହେବେ।

ମକର: ଆର୍ଥିକ ସମସ୍ୟା ଦେଖା ଦେଇପାରେ। ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ। ଉଦାର ସ୍ୱଭାବର ହୋଇପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। କୃଷି କର୍ମକାରୀ ହେବେ। ବୁଦ୍ଧିମାନ ହେବେ।

କୁମ୍ଭ: ଅଧିକ ଶ୍ରମ ସ୍ୱୀକାର କରିବାକୁ ପଡ଼ିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ।

ମୀନ: ଇଚ୍ଛା କରୁଥିବା ଦ୍ରବ୍ୟ ହସ୍ତଗତ ହୋଇପାରେ। ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ଦେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ।

Leave A Reply