www.samajalive.in
Sunday, December 7, 2025
26.1 C
Bhubaneswar

ରବିବାର ରାଶିଫଳ

ମେଷ: କାର୍ଯ୍ୟରେ ନିଷ୍ଠାପର ଭାବେ ଉଦ୍ୟମ ଜାରି ରଖିବେ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷା ପରିତ୍ୟାଗ କଲେ ସଫଳତା ମିଳିବ। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହୋଇପାରେ।

ବୃଷ: ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଲାଭଜନକ ହେବ। ଜନସେବାରେ ନିଜକୁ ନିୟୋଜିତ କରିପାରନ୍ତି। ମନରେ ଅହଂଭାବ ଉଦ୍ରେକ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

- Advertisement -

ମିଥୁନ: ମିଷ୍ଟାନ୍ନ ଭୋଜନରେ ଆନ୍ୟାୟିତ ହେବେ। ଶତ୍ରୁନାଶ କରିବାରେ ସିଦ୍ଧହସ୍ତ ହେବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଚକ୍ଷୁପୀଡ଼ା ଉପୁଜି ପାରେ।

କର୍କଟ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ତେଜସ୍ୱୀ ହେବେ।

ସିଂହ: ଦୁର୍ଘଟଣାରୁ ରକ୍ଷା ପାଇଯିବେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମ ଉପରେ ଧ୍ୟାନ ଦେବେ। ବୁଦ୍ଧିମାନ ହେବେ।

କନ୍ୟା: ସାହସ ବାନ୍ଧି କାର୍ଯ୍ୟ ସଂପାଦନ କରିପାରନ୍ତି। କାର୍ଯ୍ୟରେ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। କଥା ଶୈଳୀରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ, ବନ୍ଧୁ ପ୍ରେମୀ ଓ ବିଦ୍ୱାନ ହୋଇପାରନ୍ତି।

ତୁଳା: ତରବର ନହୋଇ ଅପେକ୍ଷାରତ ହେଲେ କାର୍ଯ୍ୟ ହାସଲ କରିବେ। ଭାଗ୍ୟଶାଳୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଭଲରେ ଚାଲିବ।

ବିଛା: ଧୈର୍ଯ୍ୟ ଧରି କାର୍ଯ୍ୟ କଲେ ସଫଳ ହେବେ। ସୁଖ ସମ୍ମାନ ଲାଭ କରିପାରନ୍ତି। ବଳଶାଳୀ ଓ ଏଶ୍ୱର୍ଯ୍ୟଯୁକ୍ତ ହେବେ। ସୈନିକମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି।

ଧନୁ: ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି। ମଧୁର ସମ୍ଭାଷଣରେ ସହକର୍ମୀମାନଙ୍କୁ ବଶ କରିବାରେ ସକ୍ଷମ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ସାହସୀ ଓ ଜ୍ଞାନୀ ହେବା ଆଶାକରାଯାଏ।

ମକର: ବ୍ୟବସାୟରେ ଅଧିକ ଅର୍ଥ ବିନିଯୋଗ କରି ଲାଭବାନ ହେବେ। ରୋଜଗାର ଆଶାନୁରୂପ ହୋଇପାରେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।

କୁମ୍ଭ: ଆୟ ଆଶାନୁରୂପ ହେବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟୀମାନେ ଅପୂର୍ବ ସଫଳତା ପାଇବେ। ଯଶସ୍ୱୀ ହେବେ। କରିତ୍‍କର୍ମାର ପରିଚୟ ଦେବେ।

ମୀନ: ଯୋଗାଯୋଗ ଶୁଭଦାୟକ ହେବ। ଭ୍ରମଣ ଯୋଗ ଅଛି। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ୱାନ ହେବେ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories