www.samajalive.in
Saturday, December 6, 2025
23.1 C
Bhubaneswar

ମଙ୍ଗଳବାର ରାଶିଫଳ

ମେଷ: ଅନ୍ୟ କଥାରେ ପରିଚାଳିତ ହୋଇପାରନ୍ତିି। ସେବା ମନୋଭାବ ଜାଗ୍ରତ ହୋଇପାରେ। ବ୍ରତ ଦାନରେ ଦୀକ୍ଷିତ ହେବେ। ଭାଗ୍ୟଶାଳୀ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ। ବିଳାସୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

ବୃଷ: ସୁଖକର ଘଟଣା ଘଟି ଚାଲଥିବା ବେଳେ ମଝିରେ ଗ୍ଳାନି ଦେଖାଦେଇ ପାରେ। ସ୍ୱାଭିମାନୀ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ବ୍ୟବସାୟରୁ ସ୍ୱଳ୍ପ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

- Advertisement -

ମିଥୁନ: ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନବଳାଇବେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ। ମୂଲ୍ୟବାନ ବସ୍ତୁ ତଥା ସ୍ୱର୍ଣ୍ଣାଦି ଲାଭ ହେବ।

କର୍କଟ: ବ୍ୟବସାୟରେ ଢ଼େର ଉନ୍ନତି ଘଟିପାରେ। କେତେକ କ୍ଷେତ୍ରରେ ଆତ୍ମ ଗର୍ବ ଦେଖାଇ ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳବାନ ହୋଇପାରନ୍ତି। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ।

ସିଂହ: ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ। ଧାର୍ମିକ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।

କନ୍ୟା: ଉଦାର ସ୍ୱଭାବର ହେବେ। ସୁଖୀ ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତି ଭାବେ ସାମାଜିକ କ୍ଷେତ୍ରରେ ପରିଗଣିତ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। କୃଷିକର୍ମରେ ନିୟୋଜିତ ହେବେ।

ତୁଳା: ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ଥଣ୍ଡା କଫରେ ପୀଡ଼ିତ ହେବାର ସୂଚନା ମିଳୁଛି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କର ଭକ୍ତିର ପାତ୍ର ହେବେ।

ବିଛା: ବିରକ୍ତିକର ପରିସ୍ଥିତି ଉପୁଜି ପାରେ। ସ୍ୱାଧୀନମନା ହୋଇ ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ସହନଶୀଳ, ମଧୁରଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।

ଧନୁ: ଚାପ ପ୍ରୟୋଗ କରି କାର୍ଯ୍ୟ ହାତକୁ ଆଣିବାକୁ ପଡ଼ିବ। ବଳବାନ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଉତ୍ତମ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ। ସୁଖୀ ହେବେ।

ମକର: ଯେତେ ବିଶୃଙ୍ଖଳା ଉପୁଜିଲେ ବି ସବୁ ବାଧା ବିଘ୍ନକୁ ଏଡ଼ାଇ କାର୍ଯ୍ୟରେ ଆଗକୁ ବଢ଼ିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷୀ ହେବେ। ଜ୍ଞାନୀ ଓ ସାହସୀ ହୋଇପାରନ୍ତି।

କୁମ୍ଭ: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଲୋକପ୍ରିୟତା ବୃଦ୍ଧି ହେବ। ଯଶସ୍ୱୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନପ୍ରାପ୍ତିର ସୂଚନା ମିଳୁଛି।

ମୀନ: ଶତ୍ରୁ ଉପରେ ବିଜୟ ହାସଲ କରି ମାନସିକ ଶାନ୍ତି ଫେରି ପାଇବେ। ପରିବାରର ମୁଖ୍ୟ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ସରକାରଙ୍କ ତରଫରୁ ଅର୍ଥ ମିଳିପାରେ। ସୁସ୍ଥ ଜୀବନଯାପନ କରିବେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories