www.samajalive.in
Monday, December 8, 2025
14.1 C
Bhubaneswar

ମଙ୍ଗଳବାର ରାଶିଫଳ

ମେଷ: ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶକ୍ତିମାନ୍‍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ବୃଷ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଭାବେ ଧନଲାଭ ହୋଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।
ମିଥୁନ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ ଧର୍ମକୁ ଶ୍ରେୟ ମଣିବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଉପରେ ଗୁୁରୁତ୍ୱ ଦେବେ। ବୁଦ୍ଧିମାନ ଭାବେ ସାମାଜିକ ପ୍ରତିଷ୍ଠା ମିଳିବ।
କର୍କଟ: ଚିନ୍ତାମୁକ୍ତ ହୋଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମନୋଲୋଭା କଥା କହି ଅନ୍ୟର ହୃଦୟ ଜୟ କରିପାରନ୍ତି। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ସାହସୀ ହେବେ।
ସିଂହ: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ପତ୍ନୀ ବିଳାସୀ ହେବେ। ମିତ୍ର ସୁଖ ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ।
କନ୍ୟା: ବେଳେ ବେଳେ ଅନ୍ୟ ମନସ୍କ ରହିପାରନ୍ତି। ସୁଖ-ସମ୍ମାନ ଲାଭ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି।
ତୁଳା: ମନରେ ବିଷଣ୍ଣ ଭାବ ଦେଖାଦେଇପାରେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ନିର୍ଜନରେ ରହିବାକୁ ଇଚ୍ଛା ପ୍ରକାଶ କରିବେ। ମିଷ୍ଟଭାଷୀ ହେବେ। ଖର୍ଚ୍ଚାନ୍ତ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ବିଛା: ପରିବେଶ ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳ ରୂପାୟନ କରି ଆତ୍ମ ସନ୍ତୋଷ ଲାଭ କରିବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବେ।
ଧନୁ: ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। କୁଳ-ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନରେ ପ୍ରସନ୍ନ ଭାବ ଦେଖା ଦେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଦାୟକ ହେବ।
ମକର: ସାମୟିକ ଭାବେ ସ୍ମରଣ ହାନି ଘଟିପାରେ। ସତ୍‍ସଙ୍ଗୀ ହୋଇପାରନ୍ତି। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା ହେବେ।
କୁମ୍ଭ: ସ୍ୱାଭିମାନୀ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଦେବ, ଦ୍ୱିଜ ଭକ୍ତିରତ ହୋଇପାରନ୍ତି। ଶୁଚି ଓ ସୁଖୀ ହେବେ। ନିଜ ବଳାର୍ଜିିତ ସମ୍ପତ୍ତି ଭୋଗ କରିବେ।
ମୀନ: ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତି ଓ ଧୈର୍ଯ୍ୟବାନ ହୋଇପାରନ୍ତି। ନିଜ ସହଧର୍ମିଣୀଙ୍କ କଥାରେ ପରିଚାଳିତ ହେବେ। ସୁଖୀ ହେବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories