ଗୁରୁବାର ରାଶିଫଳ

0

ମେଷ: ଆୟ ଯଥେଷ୍ଟ ପରିମାଣର ହେବ। ସୁଯୋଗର ସଦ୍‍ବ୍ୟବହାର କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅଧିକ ହେବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବାର ସୂଚନା ମିଳୁଛି।

ବୃଷ: ଯାହା କିଛି କରିବାକୁ ଇଚ୍ଛା କରିବେ ମନସ୍କାମନା ପୂରଣ ହେବ। କର୍ମ ଚଞ୍ଚଳ ରହିବେ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ।

ମିଥୁନ: ଧର୍ମକାର୍ଯ୍ୟରେ ମନୋନିବେଶ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା ଓ ବିଦ୍ୱାନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ: ସେବାମୂଳକ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିପାରନ୍ତି। ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷା ପରିତ୍ୟାଗ କଲେ ସୁଫଳ ମିଳିବ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ।

ସିଂହ: ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ। ବନ୍ଧୁ ମିଳନର ସୁଯୋଗ ସୃଷ୍ଟି ହୋଇଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବା ଆଶା କରାଯାଏ। ପତ୍ନୀଙ୍କ କଥାରେ ଚାଲିବେ।

କନ୍ୟା: ପରିସ୍ଥିତିକୁ ଚାହିଁ କାର୍ଯ୍ୟ କରିବାକୁ ପଡ଼ିବ। ଦୂରଯାତ୍ରାରୁ ସଫଳତା ମିଳିବ। ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ମିଳିବ।

ତୁଳା: ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‍ କିଛି ଧନ ମିଳିପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଶିକ୍ଷିତା ଓ ପ୍ରତିବ୍ରତା ପତ୍ନୀଙ୍କ ସହଯୋଗ ପାଇ ଖୁସି ହେବେ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ଶତ୍ରୁ ଦମନ କରିପାରନ୍ତି।

ବିଛା: ଧର୍ମ ବିଶ୍ୱାସ ବୃଦ୍ଧି ହେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଉଦାର ସ୍ୱଭାବର ହୋଇପାରନ୍ତି। ସ୍ୱେଚ୍ଛାକୃତ ଦାନ କରିପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଆୟ ଆସିବ।

ଧନୁ: ହାତରୁ ଖସି ଯାଇଥିବା କାର୍ଯ୍ୟ ପୁଣି ହାତକୁ ଆସିପାରେ। କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମନ ଭୁଲା ମଧୁର କଥାରେ କାର୍ଯ୍ୟ ହାସଲ କରିବେ। ବିବାଦରେ ବିଜୟୀ ହେବେ।

ମକର: ଆର୍ଥିକ ଅବସ୍ଥାର ପରିବର୍ତ୍ତନ ଘଟାଇ ପାରନ୍ତି। ଆଶାବାଦୀ ହେବେ। ଭାଗ୍ୟର ପରିବର୍ତ୍ତନ ଘଟିପାରେ। ବ୍ୟକ୍ତି ବିଶେଷ ହୋଇପାରନ୍ତି। ଯେ କୌଣସି ଦିଗରୁ ଧନାଗମର ସୂଚନା ମିଳୁଛି। ମଧୁରଭାଷୀ ଓ ସହନଶୀଳ ହେବେ।

କୁମ୍ଭ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ। ବନ୍ଧୁ କିମ୍ବା ସରକାରୀ ସହାୟତା ପାଇ ଖୁସି ହୋଇପାରନ୍ତି। ଚିନ୍ତାଧାରା ସୃଜନଶୀଳ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ସୁଖୀ ହେବେ।

ମୀନ: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିାବକୁ ପଡ଼ିବ। ଚଞ୍ଚଳ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଏକାନ୍ତ ପ୍ରିୟ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

Leave A Reply