www.samajalive.in
Sunday, December 7, 2025
15.1 C
Bhubaneswar

୧୧ ହଜାର ହୀରାରେ ରତନ ଟାଟାଙ୍କ ପ୍ରତିକୃତି

ନୂଆଦିଲ୍ଲୀ: ପ୍ରଖ୍ୟାତ ଉଦ୍ୟୋଗପତି ରତନ ଟାଟାଙ୍କ ପରଲୋକ ହୋଇଯାଇଛି। ଉଦ୍ୟୋଗପତି ସହ ରତନ ଟାଟା ସମାଜସେବାରେ ବେଶ୍‌ ପ୍ରତିଷ୍ଠିତ ଥିଲେ। ତାଙ୍କ ପରଲୋକରେ ଦେଶବ୍ୟାପୀ ଶୋକ ଖେଳି ଯାଇଥିବା ବେଳେ ବିଭିନ୍ନ ମହଲରୁ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଉଛି। ସୁରତର ଜଣେ ହୀରା ବ୍ୟବସାୟୀ ଅଭିନବ ଢଙ୍ଗରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତାଙ୍କ କାରିଗର ୧୧ ହଜାର ହୀରାରେ ରତନ ଟାଟାଙ୍କ ଏକ ଆକର୍ଷକ ପ୍ରତିକୃତି ନିର୍ମାଣ କରିଛନ୍ତି। ଏହାର ଫଟୋ ଓ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ତାହାକୁ ୫୦ ଲକ୍ଷରୁ ଅଧିକ ଲୋକ ଦେଖି ସାରିଲେଣି। ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି ଜଣେ ବ୍ୟକ୍ତି ଲେଖିଛନ୍ତି ସେ ହେଉଛନ୍ତି ଭାରତର ରତ୍ନ। ତାଙ୍କର ପ୍ରତିକୃତି ହୀରାରେ ନିର୍ମାଣ କରି ବ୍ୟବସାୟୀଜଣକ ଉପଯୁକ୍ତ ସମ୍ମାନ ପ୍ରଦର୍ଶନ କରିଛନ୍ତି। ଆଉ ଜଣେ ବ୍ୟକ୍ତି ଲେଖିଛନ୍ତି ରତନ ଟାଟାଙ୍କ ପରି ପରୋପକାରୀ ବ୍ୟକ୍ତି ମିଳିବା ବହୁତ କଷ୍ଟକର।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories