www.samajalive.in
Saturday, December 6, 2025
23.1 C
Bhubaneswar

ଇସ୍କନ ପକ୍ଷରୁ ଅଦିନିଆ ରଥଯାତ୍ରା ଆୟୋଜନକୁ ବିରୋଧ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ଓ ପରମ୍ପରାକୁ ଭାଙ୍ଗିବାକୁ ଅପଚେଷ୍ଟା କରାଯାଉଛି। ପୁଣି ଇସ୍କନ ପକ୍ଷରୁ ଆମେରିକାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ଆୟୋଜନ କରାଯାଇଛି। ଫଳରେ ଏହାକୁ ବିରୋଧ କରିଛି ଜଗନ୍ନାଥ ପ୍ରେମୀ। ଆଗାମୀ ନଭେମ୍ବର ୩ ରେ ଆମେରିକାର ହ୍ୟୁସ୍ଟନ ସହରରେ ଇସ୍କନ ପକ୍ଷରୁ ସ୍ନାନଯାତ୍ରା ଏବଂ ୯ ରେ ରଥଯାତ୍ରା ଆୟୋଜନ ପାଇଁ ଚାଲିଛି ପ୍ରସ୍ତୁତି।

- Advertisement -

ଏନେଇ ହ୍ୟୁଷ୍ଟନ ଶାଖା ପକ୍ଷରୁ ୱେବସାଇଟରେ ସୂଚନା ଦିଆଯାଇଛି। ଏହାକୁ ରୋକିବା ପାଇଁ ଶ୍ରୀ ଜଗନ୍ନାଥ ସଂସ୍କୃତି ଗବେଷକ ଦାବି କରିଛନ୍ତି। ଶାସ୍ତ୍ରୀୟ ବିଧି ଅନୁଯାୟୀ ପ୍ରତ୍ୟେକ ବର୍ଷ ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ରଥଯାତ୍ରା ଓ ଜ୍ୟେଷ୍ଠ ମାସ ପୂର୍ଣ୍ଣିମାରେ ସ୍ନାନ ଯାତ୍ରା ହୋଇଥାଏ। ତେବେ ଇସ୍କନର ଅଦିନିଆ ରଥଯାତ୍ରା ଆୟୋଜନକୁ ବିରୋଧ କରାଯାଇଛି।

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories